• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ବ ମୋର : ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
October 31, 2022
in ଓଡ଼ିଶା, ଭଦ୍ରକ, ହୋମ୍
0
ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ବ ମୋର : ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

* ବିଜୁ ଜନତା ଦଳ ସୁଖଦୁଃଖ ସବୁବେଳେ ଆପଣଙ୍କ ସାଥିରେ ଅଛି
* ମା’ମାନେ ସଶକ୍ତ ହେଉଛନ୍ତି, ମିଶନ ଶକ୍ତି ସେମାନଙ୍କ ନୂଆ ପରିଚୟ
* ମୁଁ ଜଣେ ମା’ଙ୍କୁ ଆପଣଙ୍କ ବିଧାୟିକା ଭାବେ ଦେଖିବାକୁ ଚାହେଁ
* ଏଇ ୧୮ ମାସ ଭିତରେ ଆମେ ୫ ବର୍ଷର କାମ କରିପାରିବା
* ବିଜେଡିକୁ ବିପୁଳ ସମର୍ଥନ ଦେଇଥିବାରୁ ମୁଁ ଆପଣଙ୍କ ନିକଟ‌େର ଋଣୀ
* ଏକାଥରେ ୧୩ ଜନସଭାରେ ଆଭାସୀ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ
* କମ୍ପିଲା ଧାମନଗର, ପ୍ରତ୍ୟେକ ସଭାରେ ବିପୁଳ ଜନ ସମାଗମ

ଓଡ଼ିଶା ତାଜା ନ୍ୟୁଜ (୩୧ ଅକ୍ଟୋବର,ସୋମବାର ) ଧାମନଗର :-  ଧାମନଗର ହେଉଛି ଶାନ୍ତି, ସଦ୍‌ଭାବ ଓ ଭାଇଚାରାର ଭୂମି। ଏହା ଧାମନଗରର ସବୁଠାରୁ ବଡ଼ ପରିଚୟ। ଏହି ପରିଚୟର ସୁରକ୍ଷା ପାଇଁ ଆମେ ସମସ୍ତେ କାମ କରୁଛୁ । ବିଜୁ ଜନତା ଦଳ ସୁଖଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି । ସବୁବର୍ଗର ଲୋକଙ୍କ କଲ୍ୟାଣ ପାଇଁ କାମ କରୁଛି । ଆପଣମାନଙ୍କ ସହଯୋଗରେ ଓଡ଼ିଶା ଆଜି ବିକାଶ କ୍ଷେତ୍ରରେ ସାରା ଦେଶରେ ସୁନାମ କରିଛି । ଧାମନଗରର ବିକାଶ ମଧ୍ୟ କେମିତି ଆଗକୁ ବଢ଼ିବ, ତାହା ମୁଁ ନିଜେ ଦେଖିବି। ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ବ ମୋର। ସାଧାରଣ ନିର୍ବାଚନକୁ ଆଉ ମାତ୍ର ୧୮ ମାସ ରହିଲା । ଏ ସମୟ ଭିତରେ ଆମେ ପାଞ୍ଚ ବର୍ଷର କାମ କରିପାରିବା। ଆଜି ଧାମନଗର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନସଭାକୁ ସମ୍ବୋଧିତ କରି ‌ଧାମନଗରବାସୀଙ୍କୁ ଏଭଳି ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଆଗାମୀ ୩ ତାରିଖରେ ଧାମନଗର ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥୀ ଅବନ୍ତି ଦାସଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ପଟ୍ଟନାୟକ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ। ଧାମନଗର ନିର୍ବାଚନ ମଣ୍ଡଳୀର ୧୩ଟି ସ୍ଥାନରେ ଆୟୋଜିତ ଏହିସବୁ ନିର୍ବାଚନୀ ସଭାରେ ବିପୁଳ ଜନ ସମାଗମ ହୋଇଥିଲା। ପ୍ରତ୍ୟେକ ସଭାରେ ଧାମନଗରର ଅଞ୍ଚଳର ହଜାର ହଜାର ମହିଳା ଏବଂ ଆବାଳବୃଦ୍ଧବନିତା ନିଜ ହୃଦୟରେ ସ୍ଥାନ ଦେଇଥିବା ସେମାନଙ୍କର ପ୍ରିୟ ମୁଖ୍ୟମନ୍ତ୍ରୀ ମୁହଁରୁ ପଦେ ଭାଷଣ ଶୁଣିବା ପାଇଁ ଉତ୍କଣ୍ଠାର ସହ ‌ଅପେକ୍ଷା କରିଥିଲେ। ନାଚ, ଗୀତ, ବାଜା ଓ ସ୍ଳୋଗାନରେ ସମଗ୍ର ଅଞ୍ଚଳ କମ୍ପି ଉଠିଥିଲା। ଶେଷରେ ସବୁ ପ୍ରତୀକ୍ଷାର ଅବସାନ ଘଟାଇ ସନ୍ଧ୍ୟା ଠିକ୍ ସାଢ଼େ ୫ଟାବେଳେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ।ଏହି ଅବସରରେ ଖୁସି ବ୍ୟକ୍ତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ କାଳିଆ ଯୋଜନା ହେଉ, ବା ମିଶନ ଶକ୍ତି, ବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ସବୁ ଯୋଜନାର ସୁବିଧା ଆପଣମାନଙ୍କ ପାଖରେ ପହଞ୍ଚି ପାରିଛି । ମା’ ମାନେ ସଶକ୍ତ ହେଉଛନ୍ତି। ମିଶନ ଶକ୍ତି ସେମାନଙ୍କୁ ନୂଆ ପରିଚୟ ହୋଇଛି । ମା’ମାନଙ୍କ ଭଲ କାମ ହିଁ ମୋତେ ବହୁତ ଖୁସି ଦେଇଛି। ମା’ମାନେ ସବୁ ଦାୟିତ୍ବକୁ ସୁନ୍ଦର ଭାବରେ ନିର୍ବାହ କରିପାରୁଛନ୍ତି। ତେଣୁ ଜଣେ ମା’ଙ୍କୁ ମୁଁ ଆପଣଙ୍କ ବିଧାୟିକା ଭାବରେ ଦେଖିବାକୁ ଚାହେଁ, ଯାହା ଆପଣମାନେ ବି ଚାହାନ୍ତି।

ଶ୍ରୀ ପଟ୍ଟନାୟକ ଆହୁରି କହିଲେ ଯେ ୨୦୧୯ ନିର୍ବାଚନରେ ଆପଣମାନେ ଯେଉଁ ମତ ରଖିଥିଲେ, ୨୦୨୨ ପଞ୍ଚାୟତ ଓ ପୌର ନିର୍ବାଚନରେ ସେଥିରେ ପରିବର୍ତ୍ତନ କରିଛନ୍ତି। ଶଙ୍ଖ ଚିହ୍ନରେ ବିଶ୍ବାସ ରଖିଛନ୍ତି। ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳକୁ, ଶଙ୍ଖ ଚିହ୍ନକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି ଏବଂ ସେବାର ସୁଯୋଗ ଦେଇଛନ୍ତି, ସେଥିପାଇଁ ମୁଁ ଋଣୀ। ଧାମନଗରର ୬ଟି ଯାକ ଜିଲ୍ଲା ପରିଷଦ ଆସନରେ ଆପଣମାନେ ବିଜୁ ଜନତା ଦଳକୁ ସେବାର ସୁଯୋଗ ଦେଇଛନ୍ତି। ସେହିପରି ଧାମନଗର ଏନ.ଏ.ସିର ୧୧ଟି ୱାର୍ଡରୁ ୯ଟି ୱାର୍ଡ ସହିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଦାୟିତ୍ବ ମଧ୍ୟ ଆପଣମାନେ ବିଜେଡିକୁ ଦେଇଛନ୍ତି। ତେଣୁ ମୋର ପୂରା ବିଶ୍ବାସ, ଏ ନିର୍ବାଚନରେ ବି ସେ ଧାରା ଜାରି ରହିବ ଏବଂ ଧାମନଗରର ବିକାଶ ଆହୁରି ଆଗକୁ ବଢ଼ିବ।ଶେ‌ଷରେ ଧାମନଗରର ବିକାଶ କାର୍ଯ୍ୟ ସେ ନିଜେ ଦେଖିବେ ଏବଂ ଆଗାମୀ ୧୮ ମାସ ଭିତରେ ଧାମନଗରରେ ୫ ବର୍ଷର କାର୍ଯ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ ଦୃଢ଼ତା ଓ ପ୍ରତିବଦ୍ଧତାର ସହ କହିଥିଲେ ଏବଂ ବିଜୁ ଜନତା ଦଳର ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ନିବେଦନ କରିଥିଲେ।

ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେବା ପୂର୍ବରୁ ଏହିସବୁ ଜନସଭାରେ ବିଜୁ ଜନତା ଦଳର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ଅଶୋକ ପଣ୍ଡା, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ରଣେନ୍ଦ୍ର ପ୍ରତାପ ସ୍ବ‌ାଇଁ, ପ୍ରୀତିରଞ୍ଜନ ଘଡ଼େଇ, ସାଂସଦ ମୁନ୍ନା ଖ‌ାଁ, ସୁଲତା ଦେଓ, ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ବିଧାୟକ ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ ପ୍ରମୁଖ ବରିଷ୍ଠ ନେତୃବନ୍ଦ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଭିକ୍ଷା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version