No Result
View All Result

ଓଡ଼ିଶା ତାଜା ନ୍ୟୁଜ (୩୧ ଅକ୍ଟୋବର,ସୋମବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ରମ୍ପା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତହୋଇଯାଇଛି ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ମିଳିତ ଏହି ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୋଷାଣୀ ବ୍ଲକର ରାମ୍ପା, ଲାବଣ୍ୟଗଡ଼, ଘୋରଣି ଓ ସୋବରା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୬୪ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗସମସ୍ୟା ୩୮ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୨୬ଟି, ଗୋଟିଏ ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି
ଜଣ କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫୦୦୦/- ଟଙ୍କା ପ୍ରଦାନ କରାଯାଇଛି ଏବଂ ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଆଜିର ଗ୍ରାମ୍ୟମୁଖ୍ୟ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ରୋମାଞ୍ଚଳ ଖମାରୀ, ପିଏ.ଆଇଟିଡିଏ ଫାଲଗୁନି ମାଝୀ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା.ପ୍ରଦୀପ କୁମାର ପାତ୍ର, ଗୋଷ୍ଠି ଉନ୍ନୟନ ଅଧିକାରୀ ନୀଳମାଧବ ମାଝୀ, ତହସିଲଦାର , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଜୟଦ୍ରଥ ଆଚାର୍ଯ୍ୟ, ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷ, ସରପଞ୍ଚ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

No Result
View All Result