ଓଡ଼ିଶା ତାଜା ନ୍ୟୁଜ (୭ ନଭେମ୍ବର ସୋମବାର) ନୂଆଗାଁ :- ନୟାଗଡ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ରେ କୃତିତ୍ୱ ଅର୍ଜନ କରିଛନ୍ତି ଶୁଭଲକ୍ଷ୍ମୀ ବେହେରା । ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ବାଲଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ର ନବମ ଶ୍ରେଣୀ ଛାତ୍ରୀ
ଶୁଭଲକ୍ଷ୍ମୀ ବେହେରା ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ରେ ତର୍କ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ଦ୍ଵିତୀୟ ସ୍ଥାନ ଅଧିକାର କରିଛନ୍ତି । କୃତିତ୍ୱ ଅର୍ଜନ କରିଥିବା ଶୁଭଲକ୍ଷ୍ମୀ ଙ୍କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁରସ୍କୃତ କରିଥିଲେ ।















