No Result
View All Result
୧୪ ନଭେମ୍ବର ସୋମବାର (ଓଡ଼ିଶା ତାଜାନ୍ୟୁଜ) ବାଣପୁର :- ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀଯୁକ୍ତ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଖୋର୍ଦ୍ଧା ଏସପି ଶ୍ରୀଯୁକ୍ତ ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୋଜ କୁମାର ପାଢ଼ୀ, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଦିଗନ୍ତ ରାଉତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶ୍ରୀଯୁକ୍ତ ଡ଼ା. ଆର୍ତ୍ତବନ୍ଧୁ ନାୟକ ଆଦି ଉପସ୍ଥିତ ଥିଲେ ।ଶିବିରରେ ବାଣପୁର ବ୍ଲକ ଓ ଏନଏସି ର ସମୁଦାୟ ୭୯୬ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୭୯୪ଗୋଟି ବ୍ୟକ୍ତିଗତ ଓ ଦୁଇ ଗୋଟି ଗୋଷ୍ଠୀ ଅଭିଯୋଗ ଅଟେ । ଏତଦବ୍ୟତୀତ ଜଣେ ହିତାଧିକାରୀଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଜିଲ୍ଲାପାଳ ଅନୁମୋଦନ କରିଥିବା ଜଣାପଡିଛି ।ଉକ୍ତ ଶିବିରରେ ବାଣପୁର ଏ.ବି.ଡି.ଓ ଶ୍ରୀଯୁକ୍ତ ସୀମାଦ୍ରୀ ପାତ୍ର, ତହସିଲଦାର ଶ୍ରୀଯୁକ୍ତ କୁଞ୍ଜ ବିହାରୀ ବଡ଼ଜେନା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଅବିନାଶ ମହାନ୍ତି ଙ୍କ ସମେତ ବାଣପୁର ବ୍ଲକ ର ବିଭିନ୍ନ ସରକାରୀ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିବା ବେଳେ, ବାଣପୁର ବ୍ଲକ ବିଧାୟକ ପ୍ରତିନିଧି ଶ୍ରୀଯୁକ୍ତ ମନୋଜ କୁମାର ପ୍ରଧାନ, ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅମରେନ୍ଦ୍ର ରଣସିଂହ ,ଏନଏସି ଅଧ୍ୟକ୍ଷ ଶ୍ରୀଯୁକ୍ତ ମିଟୁ ନାୟକ, ହିତାଧିକାରୀଙ୍କୁ ଅଭିଯୋଗ ଶୁଣାଣି ପ୍ରକ୍ରିୟାରେ ସହଯୋଗ କରିଥିଲେ l ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବାଲୁଗାଁ ଏସ.ଡି.ପି.ଓ ଶ୍ରୀଯୁକ୍ତ ମାନସ ରଞ୍ଜନ ବାରିକ ଏବଂ ବାଣପୁର ଆଇ.ଆଇ.ସି ଶ୍ରୀଯୁକ୍ତ ଜୟପ୍ରକାଶ ପରିଡ଼ାଙ୍କ ତତ୍ୱାବଧାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା ଏବଂ ଶାନ୍ତି ଶୃଙ୍ଖଳା ରେ ଜନ ଶୁଣାଣୀ ପ୍ରକ୍ରିୟା ଶେଷ ହୋଇଥିଲା,
No Result
View All Result