No Result
View All Result
୧୫ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜଙ୍କ କୋର୍ଟ ପରିସରରେ ସୋମବାର ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବର୍ଷର ୪ର୍ଥ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ହୋଇଯାଇଛି ଏହି ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟ ପରିଚାଳନା କରିଥିଲେ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାରର ବିଚାରଧୀନ ଥିବା ଓ ପ୍ରାକ୍ ମକଦ୍ଦମା ମାମଲାର ତ୍ୱରିତ ବିଚାର ପାଇଁ ପଦକ୍ଷେପ ସ୍ୱରୂପ ବିଭିନ୍ନ କୋର୍ଟ ବ୍ୟାଙ୍କ୍ ମାନ ପ୍ରତିଷ୍ଠା କରା ଯାଇଥିଲା ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ପ୍ରାୟତଃ ସମସ୍ତ ପ୍ରକାରର ମକଦ୍ଦମା ଯଥା: ବ୍ୟାଙ୍କ୍ ସମ୍ବନ୍ଧୀୟ , ଦେୱାନୀ , ଫୌଜଦାରୀ , ମୋଟର ଗାଡି ଜନିତ ଓ ପ୍ରାକ୍ ମକଦ୍ଦମା ସମାଧାନ ଯୋଗ୍ୟ କେଶ ଗୁଡ଼ିକ\’ର ସମାଧାନ କରା ଯାଇଥିଲା ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ପରିବାର ଅଦାଲତ ଜଜ ଶ୍ରୀ ସୁବ୍ରତ ମହାନ୍ତି , ଅତିରିକ୍ତ ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଦୀପ କୁମାର ସାମଲ , ଉପଖଣ୍ଡିୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ବର୍ଷା ଶର୍ମା , ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ମାନସ କୁମାର ପଣ୍ଡା ,
ଆଇନସେବା ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା , ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , କୋର୍ଟ ରେଜିଷ୍ଟ୍ରାର ଶ୍ରୀ ସତ୍ୟବ୍ରତ ରାଣା , ଏବଂ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶୁଭଜିତ ବେହେରା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ। ।ସେହିପରି ଭାବେ ଆରା.ଉଦୟଗିରି କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଦେୱାନୀ ବିଚାରପତି ତଥା ସବଜଜ୍ ଶ୍ରୀ ପୁଣ୍ୟଶ୍ଲୋକ ରଥ ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ପାରସ ପାଢ଼ୀ , ମୋହନା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଅନନ୍ୟା ଦାସ ଓ କାଶୀନଗର କୋର୍ଟ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅଙ୍କିତା ଗୁରୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ୟ୍ୟ ସମ୍ପାଦନ କରିଥିଲେ । ସେହିଭଳି ଆଞ୍ଚଳିକ ପରିବହନ ବିଭାଗ\’ର ବରିଷ୍ଠ ଅଧିକାରୀ ଶ୍ରୀ ତୁଷାର ହେମ୍ରମ ଉପସ୍ଥିତ ରହି ଯାନବାହାନ ଯାଞ୍ଚ ସମ୍ବନ୍ଧୀୟ କେଶ ଗୁଡ଼ିକର ତ୍ୱରିତ ଫାଇସଲା ଓ ସମାଧାନ କରିଥିଲେ । ଏହି ଲୋକ ଅଦାଲତ କାର୍ଯ୍ୟକ୍ରମ ରେ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କ୍ ର ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ୍ ସମ୍ବନ୍ଧୀୟ ବିଭିନ୍ନ ମାମଲାର ସମାଧାନ କରିଥିଲେ ଏବଂ ବିଭିନ୍ନ ତହସିଲଦାର କୋର୍ଟ ମାନଙ୍କରେ ମଧ୍ୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ଏହି ଲୋକ ଅଦାଲତ କାର୍ଯ୍ୟକ୍ରମ ରେ ଜିଲ୍ଲା କୋର୍ଟ ଓକିଲ ସଂଘର ଓକିଲବୃନ୍ଦ ଓ ବରିଷ୍ଠ ଆଇନଜୀବି ମାନେ ଯଥା:- ଅଶୋକ କୁମାର ପାଣିଗ୍ରାହୀ , ଶ୍ରୀ ହିରାଚାନ୍ଦ୍ ପଟ୍ଟନାୟକ , ଶ୍ରୀ ପ୍ରମୋଦ ପାଣିଗ୍ରାହୀ , ଶ୍ରୀ ଜିତେନ୍ଦ୍ର ପଟ୍ଟନାୟକ , ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ ମକଦ୍ଦମା ପରିଚାଳନାରେ ସହଯୋଗ କରିଥିଲେ ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ସମୁଦାୟ ୧୧ ହଜାର ୨୧୯ ଟି କେଶର ତ୍ୱରିତ ବିଚାରକୁ ନିଆଯାଇ ମୋଟ ୯ ହଜାର ୨୫୫ ଟି କେଶର ସମାଧାନ କରାଯାଇ ସର୍ବମୋଟ ୧୨ ଲକ୍ଷ ୭୪ ହଜାର ଟଙ୍କା ଆଦାୟ କରା ଯାଇଥିଲା ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତର ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନସେବା ପ୍ରାଧିକରଣର କର୍ମଚାରୀ ଶ୍ରୀ ରବୀନ୍ଦ୍ର କୁମାର ପରିଡାଙ୍କ ସମେତ ଶ୍ରୀ ରଘୁ ନନ୍ଦନ ଦାସ , ଶ୍ରୀ ଶିବ ପ୍ରସାଦ ସେନାପତି ଓ ଶ୍ରୀ କାହ୍ନୁ ଚରଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଜଗ କରିଥିଲେ

No Result
View All Result