ଫଳରେ ଉଭୟ ବାଇକରୁ ଛିଟିକି ତଳେ ପଡିଯାଇଥିବା ବେଳେ ହେମନ୍ତ ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି l ଆହତ ଗଣେଶଙ୍କୁ ସ୍ଥାନୀୟ ବ୍ୟକ୍ତି ଉଦ୍ଧାର କରି ବାଣପୁର ମେଡିକାଲ ପଠାଇଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି l
ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା ଖବର ପାଇ ଘଟଣା ସ୍ଥଳରେ ସ୍ଥାନୀୟ ଗ୍ରାମବାସୀଙ୍କ ସମେତ ସରପଞ୍ଚ ଓ ଖୋର୍ଦ୍ଧା ଜିଲ୍ଲା ଉପସଭାପତି ଗୋପୀନାଥ ମହାରଣା ପହଞ୍ଚି ପୋଲିସ ପ୍ରଶାସନ ସହ ଆଲୋଚନା କରିବା ପରେ ଶବକୁ ବାଣପୁର ମେଡିକାଲ ବ୍ୟବଛେଦ ପାଇଁ ନିଆଯାଇଥିବା ଜଣାପଡିଛି l ମୃତ ହେମନ୍ତଙ୍କ ପିତା ରବୀନ୍ଦ୍ର ସ୍ୱାଇଁଙ୍କ ଅଭିଯୋଗ କ୍ରମେ ପୋଲିସ କେସ ନମ୍ବର 490/22 ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରିରଖିଛି ଦୁର୍ଘଟଣା ଘଟାଇଥିବା ଗାଡ଼ି ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଆଇଆଇସି ଜୟପ୍ରକାଶ ପରିଡ଼ା ସୂଚନା ଦେଇଛନ୍ତି l


© 2023 Odisha Taza News.