୨୯ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜା ନ୍ୟୁଜ ) ପୁରୀ :- ପୁରୀ ଚକ୍ରତୀର୍ଥ ରୋଡ ସ୍ଥିତ ୟୁଥ ହଷ୍ଟେଲ ନିକଟରେ ପର୍ଯ୍ୟଟନ ବିଭାଗ ସହାୟତା ରେ ଏସ ଏସ କନସୋରିଟିୟମର ଭିବ୍ରାନ୍ସ ନାମରେ ଏକ ଫୁଡ କୋର୍ଟକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ଉଦଘାଟନ କରିଛନ୍ତି । ପୁରୀ ଧାର୍ମିକ ଓ ପର୍ଯ୍ୟଟନ କ୍ଷେତ୍ର ଭାବେ ଗୁରୁତ୍ୱ ବହନ କରୁଥିବାରୁଏହି ଫୁଡ କୋର୍ଟ ପର୍ଯଟକ ଓ ଶ୍ରଦ୍ଧାଳୁ ମାନଙ୍କ ପାଇଁ ବେଶ ଉପଯୋଗୀ ସାବ୍ୟସ୍ତ ହେବବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।ଏହି ଅବସରରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱନୀ କୁମାର ପାତ୍ର, ପୁରୀ ବିଧାୟକ ଶ୍ରୀ ଜୟନ୍ତ କୁମାର ଷଡ଼ଙ୍ଗୀ,ବରିଷ୍ଠ ସେବାୟତ ଶ୍ରୀ ରାମକୃଷ୍ଣ ଦାଶ ମହାପାତ୍ର,ଏସ ଏସ କନସୋରିଟିୟମର ଏମ ଡି ଶ୍ରୀ ଶୁଭେନ୍ଦୁ ଶେଖର ମହାପାତ୍ର, ମାନେଜିଂ ପାର୍ଟନର ଶ୍ରୀ ସ୍ମୃତି ରଞନ ପରିଡା ପ୍ରମୁଖ ଉପସ୍ଥିତ ରହି ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶ୍ରୀ କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ପୁରୀପୌରନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ୱାଇଁ,ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀ ସରୋଜ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।