• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଦ୍ମପୁରରେ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶ୍ନ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ପଦ୍ମପୁରବାସୀଙ୍କୁ ନୂତନ ଜିଲ୍ଲାର ବିଜ୍ଞପ୍ତି ଦେଖାଇବେ କି ..? – ଧର୍ମେନ୍ଦ୍ର ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
December 2, 2022
in ଓଡ଼ିଶା, ବରଗଡ଼, ରାଜନୀତି, ହୋମ୍
0
ପଦ୍ମପୁରରେ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶ୍ନ  ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ପଦ୍ମପୁରବାସୀଙ୍କୁ ନୂତନ ଜିଲ୍ଲାର ବିଜ୍ଞପ୍ତି ଦେଖାଇବେ କି ..?  – ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

• ପଦ୍ମପୁରବାସୀ ରାଜ୍ୟ ସରକାରଙ୍କ ୨୨ ବର୍ଷର ପ୍ରତାରଣାର ନିର୍ଣ୍ଣାୟକ ମତ ଦେବେ
• ସ୍କୁଲ ପିଲା ମାନଙ୍କର ଭବିଷ୍ୟତ ଗଢୁଥିବା ଶିକ୍ଷକଙ୍କୁ ମାନସିକ ଯନ୍ତ୍ରଣା ଦିଆଯାଉଛି
• ଓଡ଼ିଶାକୁ ଅନ୍ଧକାରରେ ରଖିବାର ଷଡଯନ୍ତ୍ର କରୁଛନ୍ତି ରାଜ୍ୟ ସରକାର
• ଧାନ, ଜଳସେଚନ, ଚାକିରି, ଇନପୁଟ ସବସିଡି ନମିଳିବା, ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପ୍ରତିଶ୍ରୁତି ପାଳନ ହୋଇନାହିଁ
• ଝାରବନ୍ଧରେ ବିଶାଳ ମାତୃ ସମାବେଶ ପଦ୍ମପୁର ଉପନିର୍ବାଚନରେ କୁନା ପୁରୋହିତଙ୍କ ବିଜୟର ବଡ ପ୍ରମାଣ ଦେଉଛି
• ବିଜେପି ପ୍ରାର୍ଥୀ କୁନା ପୁରୋହିତଙ୍କୁ ଭୋଟ ଦେବା ପାଇଁ ପଦ୍ମପୁର ମନବଳାଇ ସାରିଛି

୦୧ ଡିସେମ୍ବର ଗୁରୁବାର (ଓଡ଼ିଶା ତାଜା ନ୍ୟୁଜ ) ପଦ୍ମପୁର/ବରଗଡ଼ :- ମୁଖ୍ୟମନ୍ତ୍ରୀ ଆଜି ରାତିରେ କ୍ୟାବିନେଟ୍ ବସାଇ ପଦ୍ମପୁର ଉପଖଣ୍ଡକୁ ନୂତନ ଜିଲ୍ଲା ମାନ୍ୟତାର ମଞ୍ଜୁର ଦେବା ସହ ଆସନ୍ତାକାଲି ଏହାର ବିଜ୍ଞପ୍ତି ଚିଠା ପଦ୍ମପୁରରେ ଦେଖାଇବେ କି ବୋଲି ପଦ୍ମପୁରରେ ପ୍ରଚାର କରିବା ଅବସରରେ ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନିଜ ପ୍ରଚାର କାର୍ଯ୍ୟକ୍ରମର ତୃତୀୟ ଦିନରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ବରଗଡ଼ ଜିଲ୍ଲା ପଦ୍ମପୁର ନିର୍ବାଚନମଣ୍ଡଳୀର ଝାରବନ୍ଧ, ବରିହାପାଲି, ଜାମଲା, ମେଲଛାମୁଣ୍ଡା ସମେତ ବିଭିନ୍ନ ସ୍ଥାନରେ ଶୋଭାଯାତ୍ରାରେ ଯୋଗଦେବା ସହ ଆୟୋଜିତ ଜନସଭାରେ ଯୋଗ ଦେଇଛନ୍ତି । ବିଶାଳ ଜନସଭାକୁ ସମ୍ବୋଧିତ କରି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ପଦ୍ମପୁରକୁ ପ୍ରଚାର କରିବା ପାଇଁ ଆସୁଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇଛି । ଆମ ଦଳ ବିଜେପିର ଅପେକ୍ଷା ରହିବ, ସେ ବିଜେଡ଼ି ଦଳର ସଭାପତି ଭାବରେ ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବାର ପ୍ରତିଶ୍ରୁତି ନ ଦେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଆଜି ରାତିରେ ଏଥିପାଇଁ କ୍ୟାବିନେଟ୍ ବସାନ୍ତୁ । କ୍ୟାବିନେଟରେ ପଦ୍ମପୁରକୁ ଜିଲ୍ଲା ମାନ୍ୟତାର ମଞ୍ଜୁର ପ୍ରଦାନ କରନ୍ତୁ । ଏହାସହ ଆସନ୍ତାକାଲି ପଦ୍ମପୁରକୁ ପ୍ରଚାର କରିବା ଆସିବାବେଳେ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗଠନ କରିବାର ବିଜ୍ଞପ୍ତି ଚିଠା ଧରି ଆସନ୍ତୁ ଏବଂ ଜନସାଧାରଣଙ୍କ ସମ୍ମୁଖରେ ପ୍ରକାଶ କରିବା ନେଇ ଆମ ଦଳର ଅପେକ୍ଷା ରହିଛି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବରେ ସେ ଏଭଳି ପଦକ୍ଷେପ ନେଇପାରିବେ କି ବୋଲି ଶ୍ରୀ ପ୍ରଧାନ ପ୍ରଶ୍ନ କରିଛନ୍ତି ।କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ଶିକ୍ଷକମାନେ ରାଜଧାନୀ ରାଜରାସ୍ତାରେ ଆନ୍ଦୋଳନ କରୁଛନ୍ତି । ରାଜ୍ୟର ସ୍କୁଲ ପିଲା ମାନଙ୍କର ଭବିଷ୍ୟତ ନିର୍ମାଣ କରୁଥିବା ଶିକ୍ଷକଙ୍କୁ ମାନସିକ ଯନ୍ତ୍ରଣା ଦିଆଯାଉଛି । ସ୍ଥାୟୀ ନିଯୁକ୍ତି ନାହିଁ । ବରିଷ୍ଠ ଓ କନିଷ୍ଠ ଶିକ୍ଷକଙ୍କ ମଧ୍ୟରେ ପାତରଅନ୍ତର କରିବା ଭଳି ନୂଆ ନୀତି ନିୟମ ନିର୍ଦ୍ଧାରଣ କରାଯାଉଛି । ନବୀନ ସରକାରଙ୍କ ନୀତି ଓ ନିୟମକୁ ନେଇ ଅସନ୍ତୋଷ ଦେଖାଗଲାଣି । ସ୍କୁଲରେ ପଢୁଥିବା ପିଲା ମାନଙ୍କର ଭବିଷ୍ୟତକୁ ହତାଦର କରାଯାଉଛି । ଓଡ଼ିଶାକୁ ଅନ୍ଧକାରରେ ରଖିବାରେ ଷଡଯନ୍ତ୍ର ରଚାଯାଉଛି । ତା’ର ପ୍ରତିଫଳନ ପଦ୍ମପୁର ଉପନିର୍ବାଚନରେ ହେବ ।ଧାନ, ଜଳସେଚନ, ରୋଜଗାର, ଇନପୁଟ ସବସିଡି ନମିଳିବା, ପଦ୍ମପୁରକୁ ଜିଲ୍ଲା ମାନ୍ୟତା ନଦେବାର ଲମ୍ବା ତାଲିକା ଅଛି । ଏହି ଅଞ୍ଚଳରୁ ହଜାର ହଜାର ଲୋକ ଦାଦନ ଖଟିବାକୁ ଯାଉଛନ୍ତି । ଦୀର୍ଘ ୨୨ ବର୍ଷ ଶାସନରେ ଯେଉଁମାନେ କାମ ଖଣ୍ଡେ ଯୋଗାଡ କରିପାରିଲେ ନାହିଁ, ଗଙ୍ଗାଧର ଜଳସେଚନ ପ୍ରକଳ୍ପରେ ପାଣି ମୁନ୍ଦେ ପହଞ୍ଚାଇପାରିଲେ ନାହିଁ, ସେମାନେ ଆଜି ମିଛ ସୁଆଙ୍ଗ ରଚୁଛନ୍ତି । ସବୁଠି ଅବ୍ୟବସ୍ଥା ଦେଖାଯାଇଛି । ୨୨ ବର୍ଷରେ ଯେଉଁମାନେ ଏହି ଅଞ୍ଚଳକୁ ଅଣଦେଖା କରିଛନ୍ତି, ସେମାନଙ୍କୁ ପଦ୍ମପୁରବାସୀ ଜବାବ୍ ଦେବେ । ରାଜ୍ୟ ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହାନ୍ତି । ପଦ୍ମପୁରବାସୀ ୨୨ ବର୍ଷର ପ୍ରତାରଣାର ନିର୍ଣ୍ଣାୟକ ମତ ଦେବେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।ଝାରବନ୍ଧ ଅନୁଷ୍ଠିତ ବିଶାଳ ମାତୃ ସମାବେଶ ପଦ୍ମପୁର ଉପନିର୍ବାଚନରେ କୁନା ପୁରୋହିତଙ୍କ ବିଜୟର ବଡ ପ୍ରମାଣ ଦେଉଛି । ଓଡ଼ିଶା ବିଧାନସଭାରେ ଗରିବ, ଜନଜାତି, କେନ୍ଦୁପତ୍ର ତୋଳାଳୀ, ଚାଷୀ, ବଂଚିତ ଲୋକମାନଙ୍କ ସ୍ୱାର୍ଥକୁ ଉଠାଇଛନ୍ତି । ଚାଷୀ, ଆଦିବାସୀ, ମହିଳା, ଯୁବକ ଓ ସବୁ ବର୍ଗର ଲୋକମାନେ ତାଙ୍କ ଉପରେ ଭରସା ରଖିଛନ୍ତି । ପଦ୍ମପୁରର ମା’ ମାଉସୀ ତଥା ମାତୃଶକ୍ତି ମାନଙ୍କର ଆଶୀର୍ବାଦ ପ୍ରଧାନମନ୍ତ୍ରୀ ମୋଦି ଏବଂ ଦଳର ପ୍ରାର୍ଥୀ କୁନା ପୁରୋହିତଙ୍କ ପ୍ରତି ରହିଛି । ତାଙ୍କୁ ଭୋଟ ଦେବା ପାଇଁ ପଦ୍ମପୁର ମନବଳାଇ ସାରିଛି ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version