Home ଓଡ଼ିଶା ମେକ୍-ଇନ୍-ଓଡ଼ିଶା କନ୍କ୍ଲେଭରେ ୭,୨୬,୧୨୮.୪୫ କୋଟିର ନିବେଶ ପ୍ରସ୍ତାବନା : ପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା ପ୍ରଥମ ଦିନରେ ୨୧ଟି ବୁଝାମଣାପତ୍ର ସ୍ୱାକ୍ଷରିତ by Proprietor by Abhimanyu Maharana 1 year ago Share on FacebookShare on TwitterWhatsapp ୦୪ ଡିସେମ୍ବର ରବିବାର (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୨କୁ ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦ୍ଘାଟନ କରିବା ପରେ ଆଜି ୧ ତାରିଖରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ ସଂପର୍କରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଆଜି ସକାଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନରେୱ, ଜାପାନ, ଜର୍ମାନୀ ଓ ନେପାଳର ବୈଦେଶିକ ପ୍ରତିନିଧିଙ୍କ ସମେତ ଦେଶର ୪୦ ଜଣ ପ୍ରମୁଖ ଶିଳ୍ପପତିଙ୍କ ଗହଣରେ ଜଳଯୋଗରେ ସାମିଲ ହୋଇ ପୁଂଜିନିବେଶ ସଂପର୍କରେ ଆଲୋଚନା କରିଥିଲେ । ଆଜିର ପ୍ରଥମ ଅଧିବେଶନ (ପ୍ଲେନାରୀ ସେସନ୍)ରେ ୫୪ ଜଣ ପ୍ରମୁଖ ଶିଳ୍ପପତିମାନେ ଉପସ୍ଥିତଥିବାବେଳେ ଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରାୟ ୨୦୦୦ରୁ ଊଦ୍ଧ୍ୱର୍ ଉଦ୍ୟୋଗୀମାନେ ଯୋଗଦେଇଥିଲେ । ଆଜି ମୋଟ ୧୩ଟି ଅଧିବେଶନ ଅନୁଷ୍ଠିତ ହୋଇଥିଲା । ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ରେ ଆୟୋଜିତ ପ୍ରଦର୍ଶନୀରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ଓ ଅନ୍ୟ ଦେଶରୁ ୨୧୨ଟି ସଂସ୍ଥା ଅଂଶଗ୍ରହଣ କରିଥିବାବେଳେ ଏଥିରେ ଜାପାନ୍, ଜର୍ମାନୀ, ନର୍େୱ, ନେପାଳ, ବାଂଲାଦେଶ, ଅଷ୍ଟ୍ରେଲିଆ, ଇଣ୍ଡୋନେସିଆ, ସିଙ୍ଗାପୁର, ଚୀନ ଓ ଥାଇଲାଣ୍ଡ ଆଦି ଦେଶ ମଧ୍ୟ ସାମିଲ ହୋଇଛନ୍ତି । ଆଜି ମୋଟ ୨୧ଟି ନିବେଶ ସଂପର୍କିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଉଭୟ ନିବେଶ ଓ ଅଣନିବେଶ କ୍ଷେତ୍ର ମିଶି ମୋଟ ୬୭ଟି ନିବେଶ ପତ୍ର ଗ୍ରହଣ କରାଯାଇଥିଲା । ଏହି ୬୭ଟି କ୍ଷେତ୍ରରୁ ମୋଟ ୫,୮୫,୭୪୨.୨୬ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି ମିଳିଛି । ଏଥି ଯୋଗୁଁ ୨ ଲକ୍ଷ ୪୭ ହଜାର ୮୯୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ଏତଦ୍ବ୍ୟତୀତ ଦେଶର ବିଭିନ୍ନ ସହରରେ ଗତ ୬ ମାସ ମଧ୍ୟରେ ଯେଉଁ ରୋଡ୍ଶୋ ହୋଇଥିଲା, ତନ୍ମଧ୍ୟରୁ ପ୍ରସ୍ତାବନା ଆସିଥିବା ୭୮ଟି ନିବେଶ ପ୍ରତିଶ୍ରୁତିକୁ ଆଜି ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଛି । ଏଥିରେ ୧ଲକ୍ଷ ୪୦ ହଜାର ୩୮୬ କୋଟି ୧୯ ଲକ୍ଷ ଟଙ୍କାର ପୁଂଜିନିବେଶ ସମ୍ଭାବନା ରହିଛି ଏବଂ ଏହା ଦ୍ୱାରା ୭୨ ହଜାର ୮୪୯ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ଉପରୋକ୍ତ ସମସ୍ତ କ୍ଷେତ୍ରରୁ ମୋଟ ୭,୨୬,୧୨୮.୪୫ କୋଟିର ପୁଂଜିନିବେଶ ପ୍ରତିଶ୍ରୁତି ମିଳିଛିି ବୋଲି ରାଜ୍ୟ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା ପ୍ରକାଶ କରିଛନ୍ତି । ଆସନ୍ତାକାଲି ମେକ୍ ଇନ୍ ଓଡ଼ିଶା ଦ୍ୱିତୀୟ କାର୍ଯ୍ୟ ଦିବସରେ ସ୍କିଲଡ୍ ଇନ୍ ଓଡ଼ିଶା ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆଇଟିଇଏସ୍, ସିଙ୍ଗାପୁର ସହ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଏହା ବ୍ୟତୀତ କେତେକ ଶିଳ୍ପ ଉପରେ ନିର୍ଭର କରୁଥିବା କ୍ଷୁଦ୍ରଶିଳ୍ପ, ଆନୁଷଙ୍ଗିକ ଶିଳ୍ପ ଓ ଡାଉନ୍ଷ୍ଟି୍ରମ୍ ଶିଳ୍ପ, ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥା ଏବଂ ଯାନ୍ତ୍ରିକ ଶିକ୍ଷା କ୍ଷେତ୍ରରେ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ମୋଟ ୧୦ଟି ଅଧିବେଶନ ଅନୁଷ୍ଠିତ ହେବ । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍ Related Content ପ୍ରଥମ ଦିନରେରେ ୬ଜଣ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ by Proprietor by Abhimanyu Maharana April 30, 2024 ମଧୁବାବୁଙ୍କ ୧୭୬ତମ ଜନ୍ମ ଜୟନ୍ତୀ:ଓକିଲ ଦିବସ ସମାରୋହ ସହକାରେ ପାଳିତ by Proprietor by Abhimanyu Maharana April 29, 2024 ଅଳ୍ପକେ ବର୍ଷିଲେ ଯାତ୍ରୀ : ବୁଢୀଶୀଳ ଘାଟିରେ ଖସିଲା ବସ୍ by Proprietor by Abhimanyu Maharana April 29, 2024 ଗଜପତି ଜିଲାର ବିଜେପି କାର୍ଯ୍ୟକାରୀ ସଭାପତି ହେଲେ ଶିବରାମ by Proprietor by Abhimanyu Maharana April 29, 2024 ଆମ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଗସ୍ତ ପାଇଁ ବିଜେଡି ପ୍ରସ୍ତୁତିର ବୈଠକ by Proprietor by Abhimanyu Maharana April 29, 2024 ମୋହନାରେ କଂଗ୍ରେସ ପ୍ରାର୍ଥୀଙ୍କ ନିର୍ବାଚନ କାର୍ଯ୍ୟାଳୟ ଉଦଘାଟିତ by Proprietor by Abhimanyu Maharana April 29, 2024