No Result
View All Result
୯ ଡିସେମ୍ବର ଶୁକ୍ରବାର ( ଓଡ଼ିଶା ତାଜା ନ୍ୟୁଜ ) ପଦମପୁର :- ପଦମପୁରର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର ଏବଂ ଏହି ଅଭୂତପୂର୍ବ ବିଜୟ ପାଇଁ ଧନ୍ୟବାଦ । ଏହା ଆଉ କାହାର ବିଜୟ ନୁହେଁ । ଏହା ପଦମପୁରବାସୀଙ୍କ ବିଜୟ । ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମୁଁ ଧନ୍ୟବାଦ ଜଣାଇବାକୁ ଚାହୁଁଛି । ଆପଣମାନେ ବହୁତ systematically ଓ ନିଷ୍ଠାର ସହ କାମ କରିଛନ୍ତି । ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି ।କିଛି ଲୋକ ମୋତେ ପଚାରୁଛନ୍ତି, ଆପଣ ତ ପଞ୍ଚାୟତ ଇଲେକ୍ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍ସନରେ ବି ଯାଇ ନ ଥିଲେ, ଏ ପଦମପୁର ଇଲେକ୍ସନରେ କାହିଁକି ଗଲେ …? ମୁଁ କହିବାକୁ ଚାହୁଁଛି ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ – ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ମୋତେ ବହୁତ ଦୁଃଖ ଦେଲା ।
ମୁଁ ଭାବୁଛି, ଏହା କେବଳ ମୋ ପାଇଁ ଦୁଃଖ ନୁହେଁ । ଓଡିଶାର ସବୁ ମହିଳା ମାନଙ୍କ ପାଇଁ ଦୁଃଖର କଥା । ରାଜନୀତିରେ ହାରିବା ଓ ଜିତିବା, ଇଲେକସ୍ନ ଲଢିବା ଅଲଗା କଥା । କିନ୍ତୁ ଜଣେ ମହିଳାଙ୍କୁ ଏଭଳି ଭାବରେ ଅସମ୍ମାନ କରିବା, ଅତି ନିନ୍ଦନୀୟ । ସେଥିପାଇଁ ମୁଁ ନିଷ୍ପତ୍ତି ନେଲି, ମୁଁ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି – ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି । ବାପା ହରାଇଥିବା ବର୍ଷା ସାଙ୍କରେ ଠିଆ ହେବି ।
ମୁଁ ବିରୋଧୀ ଦଳକୁ – ରାଜ୍ୟର ବିଜେପି ନେତୃମଣ୍ଡଳୀ ଙ୍କୁ ନମ୍ରତାର ସହ ଜଣାଇ ଦେବାକୁ ଚାହୁଁଛି ଯେ, ରାଜନୀତି କରିବା ବାହାନାରେ ଯଦି ମହିଳା ମାନଙ୍କୁ ଅସମ୍ମାନ କରାଯିବ, ତାକୁ କେବେ ଓଡିଶାବାସୀ ସମର୍ଥନ କରିବେ ନାହିଁ । ଆଜି ନୁହେଁ……ସଦା ବେଳେଆଉ ଗୋଟେ ଗୁରୁତ୍ବପର୍ଣ୍ଣ କଥା ହେଲା – କେନ୍ଦ୍ର ମନ୍ତ୍ରୀମଣ୍ଡଳର କିଛି ମନ୍ତ୍ରୀମାନେ, ଓଡିଶାବାସୀଙ୍କୁ, ପଦମପୁରବାସୀଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କଲେ । ସେ ଆବାସ ଯୋଜନା ହେଉ, ବା କେନ୍ଦୁପତ୍ରର ଜିଏସଟି ହେଉ, ବା ଫସଲ ବୀମାର ବିଳମ୍ବ ହେଉ, ଏମଏସପି ପ୍ରସଙ୍ଗ ହେଉ, ବା ରେଲ କନେକ୍ଟଭିଟି ହେଉ, … This is extremely unfortunate. ଏହା ଠିକ୍ ନୁହେଁ ।
ଆପଣ କେନ୍ଦ୍ରରେ ଅଛନ୍ତି, ଆମେ ରାଜ୍ୟରେ ଅଛୁ । ମିଶିକରି ଲୋକଙ୍କ ମଙ୍ଗଳ ପାଇଁ କାମ କରିବା । ଓଡିଶାର ଉନ୍ନତି ପାଇଁ କାମ କରିବା । ଆଜି ମୁଁ ପଦମପୁରବାସୀଙ୍କ ପାଖରେ ଋଣୀ । ବିନମ୍ରତାର ସହ କହିବାକୁ ଚାହେଁ ଯେ ଆପଣମାନଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ ହେବ । ଆଉ ଥରେ ସମସ୍ତଙ୍କୁ ଜୁହାର । ମୁଁ ବହୁତ ଶୀଘ୍ର ପଦମପୁରକୁ ଆସିବି । ଆପଣମାନଙ୍କର ଆଶୀର୍ବାଦ ନେବି ।
No Result
View All Result