• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରମାଦେବୀ ମହିଳା ବିଶ୍ୱବିଦ୍ୟାଳରେ ଆନ୍ତଃମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ମହିଳା ହକି ପ୍ରତିଯୋଗିତା ଆରମ୍ଭ ଦସ୍ତଖତ ଅଭିଯାନ ଓ ଗଣପଦଯାତ୍ରା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 15, 2022
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରମାଦେବୀ ମହିଳା ବିଶ୍ୱବିଦ୍ୟାଳରେ ଆନ୍ତଃମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ମହିଳା ହକି ପ୍ରତିଯୋଗିତା ଆରମ୍ଭ ଦସ୍ତଖତ ଅଭିଯାନ ଓ ଗଣପଦଯାତ୍ରା ଅନୁଷ୍ଠିତ
Share on FacebookShare on TwitterWhatsapp

୧୪ ଡିସେମ୍ବର ବୁଧବାର ( ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ଆସନ୍ତା ବର୍ଷ ଜାନୁଆରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବାକୁ ଯାଉଛି । ଭୁବନେଶ୍ୱର ସମେତ ରାଉରକେଲା ସହରରେ ଆୟୋଜିତ ହେବାକୁ ଥିବା ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାକୁ ଆକର୍ଷଣୀୟ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି ଜାରି ରହିଛି । ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ହକି ଖେଳର ପ୍ରସାର ପାଇଁ ସରକାରଙ୍କ ପକ୍ଷରୁ ପ୍ରୋତ୍ସାହନ ମଧ୍ୟ ପ୍ରଦାନ କରାଯାଉଛି । ଆଜି ଏହି ପରିପ୍ରେକ୍ଷୀରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ମହିଳା ହକି ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଛି । ଏଥି ସହିତ ଦସ୍ତଖତ ଅଭିଯାନ ଓ ଗଣପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଆଜି ରମାଦେବୀ ବିଶ୍ୱବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ ଯୋଗଦେଇ କହିଥିଲେ ଯେ ଓଡିଶା ଏକମାତ୍ର ରାଜ୍ୟ ଯେଉଁଠି ଦ୍ୱିତୀୟ ଥର ପାଇଁ ବିଶ୍ୱ ହକି ପ୍ରତିଯୋଗିତା ଆୟୋଜିତ ହେଉଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନରେ, ବିଶ୍ୱ କପ୍‌ହକି ମାନଚିତ୍ରରେ, ଓଡିଶା ଆଜି ନିଜସ୍ୱ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ସୁନ୍ଦରଗଡ ହକିର ଜନ୍ମକ୍ଷେତ୍ର । ଏହା ସହ ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ଅନ୍ୟାନ୍ୟ ଅଂଚଳରେ ହକିକୁ ଏକ ଗଣଖେଳ ଭାବେ ସାଧାରଣ ଲୋକ ଉପଭୋଗ କରନ୍ତି । ଏ ପ୍ରକାର ମନୋଭାବକୁ ରାଜ୍ୟବ୍ୟାପୀ ଜନପ୍ରିୟ କରାଇବାକୁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି । ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ହକି ପ୍ରୋତ୍ସାହନର କେନ୍ଦ୍ର ହେବା ଉଚିତ ବୋଲି ସେ ମତ ପ୍ରକାଶ କରିଥିଲେ । ଆଗାମୀ ଦିନରେ ଉଚ୍ଚଶିକ୍ଷା ବିଭାଗ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଖେଳ ନୀତି ନିର୍ଦ୍ଧାରଣ କରିବାକୁ ଉଦ୍ୟମ କରାଯିବ ବୋଲି କହିଥିଲେ । ରାଜ୍ୟ ଗୃହ ତଥା କ୍ରୀଡ଼ା ଓ ଯୁବସେବା, ଇଲେକ୍‌ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ହକି କ୍ରୀଡ଼ା ବିକାଶ ତଥା ବିଶ୍ୱକପ୍‌ ଆୟୋଜନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ କ୍ରୀଡ଼ା ବିଭାଗ ତରଫରୁ ସୁନ୍ଦରଗଡ଼ର ୧୭ଟି ବ୍ଲକରେ ହକି ଷ୍ଟାଡ଼ିୟମ ନିର୍ମାଣ କରାଯାଇଛି ବୋଲି ସୂଚନା ଦେଇଥିଲେ । ରାଉରକେଲା ବିର୍ସାମୁଣ୍ଡା ଷ୍ଟାଡ଼ିୟମର ଭିତ୍ତିଭୂମିର ବିକାଶ କରାଯାଇଛି ।

ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠି ରାଜ୍ୟର ଛାତ୍ରଛାତ୍ରୀଙ୍କର ଶୈକ୍ଷିକ ତଥା ଅନ୍ତର୍ନିହିତ ଜ୍ଞାନକୌଶଳର ବିକାଶ ପାଇଁ ଉଚ୍ଚଶିକ୍ଷା ବିଭାଗ ଚେଷ୍ଟିତ ବୋଲି କହିଥିଲେ । ଖେଳ ଦ୍ୱାରା ଯୁବ ସମାଜ ଭ୍ରଷ୍ଟ ନହୋଇ ଗଠନମୂଳକ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରିବେ । ପୋଲିସ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ବିଶ୍ୱକପ ଯୋଗୁ ଆଜି ରାଜ୍ୟରେ ପରିବେଶ ବଦଳି ଯାଇଛି ଓ ଏହା ଜୀବନ୍ତ ହୋଇପାରିଛି । ଓଡିଶାକୁ ବିଶ୍ୱ ହକି କପ୍‌ ଆୟୋଜନ କରିବାର ସୌଭାଗ୍ୟ ଦୁଇଥର ମିଳିଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଙ୍ଗୀକାରବଦ୍ଧତା ଯୋଗୁ ଏହା ସମ୍ଭବ ହୋଇଛି ବୋଲି ସେ ମତପ୍ରକାଶ କରିଥିଲେ ।ସଭାରେ କୁଳପତି ଶ୍ରୀମତୀ ଅପରାଜିତା ଚୌଧୁରୀ ଅଧ୍ୟକ୍ଷତା କରି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟକୁ ରାଜ୍ୟସରକାର ଏହି କାର୍ଯ୍ୟକ୍ରମ ଆୟୋଜନ କରିବାର ସୁଯୋଗ ଦେଇଥିବାରୁ ଉଭୟ ମନ୍ତ୍ରୀ ଓ ଉଚ୍ଚଶିକ୍ଷା ବିଭାଗକୁ ଧନ୍ୟବାଦ ଦେଇଥିଲେ । ଏହାପରେ ଅତିଥି ଓ ଅନ୍ୟମାନେ ଦସ୍ତଖତ ଅଭିଯାନରେ ଭାଗନେଇ ନିଜସ୍ୱ ଦସ୍ତଖତ କରିଥିଲେ । ସମସ୍ତ ଅତିଥିଙ୍କ ସମେତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ପ୍ରତିଯୋଗୀ ତଥା ଛାତ୍ରୀମାନେ ବିଶ୍ୱବିଦ୍ୟାଳୟରୁ ପଦଯାତ୍ରା ଆରମ୍ଭ କରି ବାଣୀବିହାର ଦେଇ ପୁଣି ପ୍ରତ୍ୟାବିର୍ତ୍ତନ କରିଥିଲେ । ବିଶ୍ୱବିଦ୍ୟାଳୟ ତରଫରୁ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

କୁଳ ସଚିବ ଶ୍ୟାମଳୀ ମହାପାତ୍ର, ସ୍ନାତକୋତର ପରିଷଦର ଅଧ୍ୟକ୍ଷ ପ୍ର. ଚଣ୍ଡୀ ଚରଣ ରଥ, ଜ୍ୟୋର୍ତିମୟୀ ଆଚାର୍ଯ୍ୟ, ଇତିଶ୍ରୀ ଷଡ଼ଙ୍ଗୀ, ଡ଼ ମାନସ ବେହେରା, ପ୍ରକାଶ ପରିଚ, ନବନୀତ କାଉର, ଦିଲ୍ଲୀପ ବିଶି, ନରସିଂହ ମାଝୀ, ସସ୍ମିତା କର, ସଂଘମିତ୍ରା ଭଞ୍ଜ, ପ୍ରଦୀପ ଦଳେଇ, ସରିତା ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । ସିଣ୍ଡିକେଟ ସଭ୍ୟ ଡ଼.କଳ୍ପନା ଦାସ, ଶୈଳବାଳା ମହାବିଦ୍ୟାଳୟ ଅଧ୍ୟକ୍ଷ ଗାୟତ୍ରୀ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଉପଲକ୍ଷେ ଛାତ୍ରୀମାନଙ୍କ ମଧ୍ୟରେ ତର୍କ, ପ୍ରବନ୍ଧ, କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ସର୍ବଶେଷରେ ଚକ ଦେ ଇଣ୍ଡିଆ ସିନେମା ପ୍ରଦର୍ଶିତ ହୋଇଥିଲା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version