No Result
View All Result
୧୪ ଡିସେମ୍ବର ବୁଧବାର ( ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ଓଡିଆ ଭାଷା ଓ ସାହିତ୍ୟର ସୁରକ୍ଷା ପାଇଁ ଅତୁଳନୀୟ ଅବଦାନ ରଖିଯାଇଥିବା ବାଙ୍କୀ ବୈଦେଶ୍ୱରସ୍ଥ ବ୍ରଜବିହାରପୁର ଶାସନରେ ଜନ୍ମିତ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ୧୫୫ତମ ଜୟନ୍ତୀ ଉପଲକ୍ଷେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରତ୍ନ ସ୍ମୃତି ସଂସଦ,ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଜୟଦେବ ବିହାରସ୍ଥିତ ପଣ୍ଡିତ ବିଦ୍ୟାରତ୍ନଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି କାର୍ୟ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ପୂର୍ବତନ ବିଧାୟକ ତଥା ପଣ୍ଡିତ ନୀଳମଣି ବିଦ୍ୟାରତ୍ନ ସ୍ମୃତି ସଂସଦର ସଭାପତି ଶ୍ରୀ ପ୍ରଭାତ କୁମାର ତ୍ରିପାଠୀ, ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କ ସମେତ ଶତାଧିକ ମାନ୍ୟଗଣ୍ୟ ବ୍ୟକ୍ତି ଓ ବୁଦ୍ଧିଜୀବୀ ଯୋଗଦେଇ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିବା ସହିତ ଓଡିଆ ଭାଷା ଓ ସାହିତ୍ୟର ସୁରକ୍ଷା ଏବଂ ଜାତୀୟତା ଆନ୍ଦୋଳନରେ ନୀଳମଣିଙ୍କ ଜୀବନବ୍ୟାପୀ ସାଧନା ଓ କର୍ମମୟ ଜୀବନ ସଂପର୍କରେ ଆଲୋକପାତ କରିଥିଲେ ।ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ରାଜ୍ୟ ପୂଜ୍ୟପୂଜା ସଂସଦ, ଭୁବନେଶ୍ୱର, ଉତ୍କଳ ସମ୍ମିଳନୀ, ଉଇ ଫର ଭୁବନେଶ୍ୱର ସମେତ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତାମାନେ ମଧ୍ୟ ଏହି ପୂଜ୍ୟପୂଜା କାର୍ୟ୍ୟକ୍ରମରେ ସାମିଲ ହୋଇଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବିଶ୍ୱଜିତ୍ ଦାଶ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗର ଅନ୍ୟପଦାଧିକାରୀ,ରାଜ୍ୟସ୍ତରୀୟ ନୀଳମଣି ବିଦ୍ୟାରତ୍ନ କମିଟିର ସଂପାଦକ ଡଃ. କୃଷ୍ଣକେଶବ ଷଡଙ୍ଗୀ,ବାଙ୍କୀ-ଡୋମପଡା ଅଧ୍ୟକ୍ଷ ଶ୍ରୀ ପ୍ରଣବ କିଶୋର ପଟେଲ, କମିଟର ସଭ୍ୟ ଶ୍ରୀ ଚିତ୍ତ ମହାପାତ୍ରଙ୍କ ସମେତ ଅନ୍ୟ ସଭ୍ୟସଭ୍ୟା ଏବଂ ପୂଜ୍ୟ ପୂଜା ସଂସଦ ତରଫରୁ ଶ୍ରୀ ପ୍ରଦ୍ୟୁମ୍ନ ଶତପଥୀ ପ୍ରମୁଖ ଯୋଗଦେଇ ପଣ୍ଡିତ ବିଦ୍ୟାରତ୍ନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପ୍ରଦାନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅନୁ ଶାସନ ସଚିବ ଶ୍ରୀ ଲକ୍ଷ୍ମୀଧର ବେହେରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
No Result
View All Result