No Result
View All Result
୧୭ ଡିସେମ୍ବର ଶନିବାର ( ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସ୍ତରୀୟ ଭୋଟର ସଚତନତା ରଥର ଶୁଭାରମ୍ଭ ହୋଇଯାଇଛି। ଜିଲ୍ଲା ନିର୍ବାଚନ ଅଧିକାରୀ-ତଥା-ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ସବୁଜ ପତାକା ଦେଖାଇ ଭୋଟର ସଚେତନତା ରଥକୁ ଶୁଭାରମ୍ଭ କରିଛନ୍ତି। ଏହି ସଚେତନତା ରଥ ଗଜପତି ଜିଲ୍ଲାର ସମସ୍ତ ବ୍ଲକ୍ ଓ ଗ୍ରାମପଞ୍ଚାୟତରେ ପ୍ରଚାର ପ୍ରସାର କରାଯିବ। ଜିଲ୍ଲା ସ୍ତରୀୟ ଭୋଟର ତାଲିକା ସଚେତନତା ରଥ କାର୍ଯ୍ୟକ୍ରମ ୨୦୨୩ ଚଳିତ ବର୍ଷ ଚିଠା ଭୋଟର ପରିଚୟ ପତ୍ର ସହ ଆଧାର ସଂଯୋଗୀକରଣ ଓ ସଂଶୋଧିତ ପଞ୍ଜିକରଣ କରାଯିବ । ଯେଉଁ ନାଗରିକଙ୍କ ବୟସ ୧୮ ବର୍ଷରୁ ଉର୍ଦ୍ଧ ହେଉଥିବ ସେମାନେ ଭୋଟର ସଂଶୋଧନ କାର୍ଯ୍ୟକ୍ରମରେ ନିଜର ନାମକୁ ନୂତନ ଭାବେ ଫର୍ମ -୬ ଯୋଗକରିବା, ଫର୍ମ -୭ ରେ ନାମକୁ ବାଦକରିବା, ଫର୍ମ -୮ ରେ ଭୋଟର ତାଲିକାରେ ନିଜର ତଥ୍ୟରୁ ସଂଶୋଧନ ଏବଂ ନିଜର ସ୍ଥାନକୁ ପରିବର୍ତ୍ତନ କରିବା ଓ ଫର୍ମ-୬ (ଖ)ରେ ନିଜର ଭୋଟର ପରିଚୟ ପତ୍ରକୁ ଆଧାର କାର୍ଡ ସହିତ ସଂଯୋଗ କରିପାରିବେ ।
ଭୋଟର ମାନଙ୍କର ନିଜର ନାମ ଭୋଟର ତାଲିକାରେ ଯାଞ୍ଚ୍ କରିବା ସହ ନୂତନ ଭୋଟର ମାନଙ୍କୁ ନିଜ ମୋବାଇଲ ମାଧ୍ୟମ ରେ ଭୋଟର ହେଲ୍ପ ଲାଇନ ଆପ ଦ୍ଵାରା www.nvsp./voterportal.eci.gov.in କିମ୍ବା ଭୋଟର ହେଲ୍ପ ଲାଇନ ଅପ୍ ବ୍ୟବହାର କରନ୍ତୁ ଏବଂ ବୁଥ ସ୍ତରୀୟ ଅଧିକାରୀଙ୍କ ଠାରେ ଗରୁଡ଼ ଅପ୍ ମଧ୍ୟମରେ ପର୍ମ -୬,୭,୮ ଓ ୬ଖ ରେ ଆବେଦନ କରିପାରିବେ। ଯୁବ ବର୍ଗର ଥିବା ୧୮-୧୯ ବର୍ଷର ଭୋଟର ମାନଙ୍କୁ ଭୋଟର ତାଲିକାରେ ନାମ ଯୋଗ କରିବା ପାଇଁ ପ୍ରାଧାନ୍ୟ ଦେବା ପାଇଁ ଜିଲ୍ଲାପାଳ ଶ୍ରୀ ପଣ୍ଡା ସୂଚନା ପ୍ରଦାନ କରିଥିଲେ l ଆଜିର ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା, ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ,ଡେପୁଟି କଲେକ୍ଟର (ନିର୍ବାଚନ ଶାଖା) ଶ୍ରୀ ନଟବର ଗରଡ଼ା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକଙ୍କ ସମେତ ବିଭାଗୀୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l


No Result
View All Result