ଓଡିଶା ତାଜା ନ୍ୟୁଜ୍ (୭ ଜୁନ ଶୁକ୍ରବାର) ଭୁବନେଶ୍ୱର :- ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୮ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଲଘୁଚାପ ଅଧିକ ସକ୍ରିୟ ହେବା ସହିତ ଜୁନ୍ ୧୦ତାରିଖଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଲଘୁଚାପ ପ୍ରଭାବରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କୋରାପୁଟ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାଛଡ଼ା ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ। ପରବର୍ତ୍ତୀ ଦୁଇ ଦିନରେ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବ।
odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com