• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୁଷ ହକି ବିଶ୍ବକପ୍ : ବିଭିନ୍ନ କାର୍ଯ୍ୟକ୍ରମର ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ – ହକି ବିଶ୍ୱକପ୍ ପାଇଁ ସମସ୍ତେ ଏକାଠି

Proprietor Abhimanyu Maharana by Proprietor Abhimanyu Maharana
December 22, 2022
in ଓଡ଼ିଶା, କ୍ରୀଡ଼ା, ଖେଳ, ମହାନଗର, ହୋମ୍
0
ପୁରୁଷ ହକି ବିଶ୍ବକପ୍ : ବିଭିନ୍ନ କାର୍ଯ୍ୟକ୍ରମର ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ – ହକି ବିଶ୍ୱକପ୍ ପାଇଁ ସମସ୍ତେ ଏକାଠି
Share on FacebookShare on TwitterWhatsapp

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ ଲଗାତର ଭାବେ ଦ୍ବିତୀୟ ଥର ପାଇଁ ବିଶ୍ବକପ୍‌ ଆୟୋଜନ ଓଡିଶାର ଗୌରବ ବଢାଇଛି ସରକାରଙ୍କୁ ଧନ୍ୟବାଦ ଦେଲେ ସବୁ ଦଳ

୨୨ ଡିସେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର  :- ୨୦୨୩ ପୁରୁଷ ବିଶ୍ବକପ୍‌ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନର କନ୍‌ଭେନସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାରେ କ୍ରୀଡା ମହୋତ୍ସବର ସଫଳତା ପାଇଁ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଥିଲେ ।ବିଶ୍ବକପ୍‌ ହକି ୨୦୨୩ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ଆମନ୍ତ୍ରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବିଶ୍ବକପ୍‌ ହକି ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଭାରତ ସରକାରଙ୍କୁ ବିଶେଷ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଥିଲେ ।ବିଶ୍ଵ କପ ହକି ର ଆୟୋଜନ ରେ କେବଳ ଓଡ଼ିଶା ନୂହେଁ ସାରା ଦେଶର ସମ୍ମାନ ଜଡିତ .ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ. ଆଲୋଚନାରେ ଭାଗ ନେଇ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଲଗାତର ଭାବେ ଦ୍ବିତୀୟ ଥର ବିଶ୍ବକପ୍‌ର ଆୟୋଜନ ସାରା ବିଶ୍ବରେ ଓଡିଶାର ପ୍ରତିଷ୍ଠା ବୃଦ୍ଧି କରିଛି ବୋଲି ମତ ଦେଇ କ୍ରୀଡାର ଏହି ଉନ୍ନତି ଦିଗରେ ସରକାରଙ୍କ ଉଦ୍ୟମ ପାଇଁ ସାଧୁବାଦ ଜଣାଇଥିଲେ ।ବୈଠକରେ ଯୋଗ ଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କର ପ୍ରଶଂସା କରିବା ସହ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନର ଶତବାର୍ଷିକୀ ଉତ୍ସବ ୨୦୩୬ ଅବସରରେ ଯେପରି ଓଡିଶାରୁ ୧୦୦ ଅଲମ୍ପିଆନ ବାହାରିପାରିବେ, ସେଥିପାଇଁ ସମସ୍ତେ ମିଳିମିଶି କାମ କରିବା ଉଚିତ ବୋଲି ମତପ୍ରକାଶ କରିଥିଲେ । ଏତଦ୍‌ବ୍ୟତୀତ କ୍ରମାଗତଭାବେ ଦୁଇ ଥର ବିଶ୍ବକପ୍‌ ହକି ଆୟୋଜନ ଭଳି ବିରଳ ଘଟଣାକୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ଦେବା, ଉଭୟ ଭୁବନେଶ୍ବର-ରାଉରକେଲାର ସ୍ବଚ୍ଛତା ପାଇଁ ନାଗରିକ ମାନଙ୍କୁ ସାମିଲ କରିବା, ସ୍ଥାନୀୟ ଓଡିଆ ଖେଳର ପ୍ରସାର କରିବା, ରାଉରକେଲା-ଭୁବନେଶ୍ବର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବା ଆଦି ବିଭିନ୍ନ ସୁଚିନ୍ତିତ ମତାମତ ଦେଇ କେନ୍ଦ୍ରସରକାରଙ୍କ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ । ଆଲୋଚନାରେ ଭାଗ ନେଇ କଂଗ୍ରେସ ବିଧାୟକ ଦଳର ନେତା ଶ୍ରୀ ନରସିଂହ ମିଶ୍ର କହିଲେ ଯେ ରାଜ୍ୟର ସବୁ ଜିଲ୍ଲାରେ ହକି ଷ୍ଟାଡିଅମ ନିର୍ମାଣ କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ଦଳର ଉପସଭାପତି ଶ୍ରୀ ସନ୍ତୋଷ ସିଂ ସାଲୁଜା, ବିଜୁ ଜନତା ଦଳର ଉପସଭାପତି ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ ଓ ଶ୍ରୀ ଦେବୀପ୍ରସାଦ ମିଶ୍ର, ବିଜେଡିର ସଂଗଠନ ସଂପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ବିଜେପିର ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ସିପିଆଇର ସାଧାରଣ ସଂପାଦକ ଶ୍ରୀ ରାମକୃଷ୍ଣ ପଣ୍ଡା,ବିଧାୟକ ଶ୍ରୀ ତାରାପ୍ରସାଦ ବାହିନୀପତି, ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସିପିଆର ଶ୍ରୀ ଅଳିକିଶୋର ପଟ୍ଟନାୟକ, ଶ୍ରୀ ଅଭୟ ସାହୁ,  ସମାଜବାଦୀ ପାର୍ଟିର ରାଜ୍ୟ ସଭାପତି ଶ୍ରୀ ରବି ବେହେରା, ଆପ୍‌ର ରାଜ୍ୟ ଆବାହକ ଶ୍ରୀ ନିଶିକାନ୍ତ ମହାପାତ୍ର, ଆରଜେଡିର ସଭାପତି ଶ୍ରୀ ହେମନ୍ତ କୁମାର ପ୍ରମୁଖ ଭାଗ ନେଇ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ । କ୍ରୀଡା ମନ୍ତ୍ରୀ ଶ୍ରୀ ତୃଷାରକାନ୍ତି ବେହେରା ବୈଠକକୁ ସଂଯୋଜନା କରିଥିଲେ । କ୍ରୀଡା ସଚିବ ଶ୍ରୀ ଆର. ଭିନିଲକ୍ରିଷ୍ଣା ଆଗାମୀ ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ୧୭ ଦିନିଆ ଭବ୍ୟ କ୍ରୀଡା ମହୋତ୍ସବର ପ୍ରସ୍ତୁତି ଓ ବିଭିନ୍ନ କାର୍ଯ୍ୟକ୍ରମର ବିସ୍ତୃତ ବିବରଣୀ ବୈଠକରେ ଉପସ୍ଥାପନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଉପସ୍ଥିତ ରହି ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version