ତପ୍ତପାଣି ଘାଟିରେ ଯାତ୍ରୀବାହି ବସ ମହାଲକ୍ଷ୍ମୀ ଦୁର୍ଘଟଣା ଗ୍ରସ୍ଥ, ଅଳ୍ପକେ ବର୍ତ୍ତିଲେ ସମସ୍ତ ଯାତ୍ରୀ ସାମାନ୍ୟ ଆହତ

୫ ଜାନୁଆରୀ ଗୁରୁବାର୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ଗଞ୍ଜାମ :- ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ଅନ୍ତର୍ଗତ ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ଗୁରୁବାର ଦିନ ୧୦ଘଣ୍ଟା ସମୟରେ ମହାଲକ୍ଷ୍ମୀ ନାମକ ଘରୋଇ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଅଛି । ଏହି ଦୁର୍ଘଟଣାରେ ୧୫ ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଛନ୍ତି । ଖବର ପାଇ ସାନଖେମୁଣ୍ଡି ଅଗ୍ନିଶମ ବିଭାଗ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରିଛି । ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାନୁଯାୟୀ, ଅଡ଼ବାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଘରୋଇ ବସ ମହାଲକ୍ଷ୍ମୀ ବ୍ରେକ ଫେଲ ହୋଇଯାଇଥିଲା l ଫଳରେ ରାସ୍ତା ପାର୍ଶ୍ୱକୁ ଚାଲିଯାଇଛି ବସ l ହେଲେ ଡ୍ରାଇଭରର ଉପସ୍ଥିତ ବୁଦ୍ଧି ଯୋଗୁଁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଖବର ପାଇ ସାନଖେମୁଣ୍ଡି ଅଗ୍ନିଶମ ବିଭାଗ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରିଛି। ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରଖିଛନ୍ତି ।