ଓଡିଶା ତାଜା ନ୍ୟୁଜ୍ (୯ ଜୁନ୍ ମଙ୍ଗଳବାର) ଭୁବନେଶ୍ୱର :- ଆସନ୍ତା ୧୧ ଓ ୧୨ ତାରିଖ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ମୌସୁମୀ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଅଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।
odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com