No Result
View All Result
୧୧ ଜାନୁଆରୀ ବୁଧବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୭ତମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ସଙ୍ଗୀତ ଗୁରୁ ରଘୁନାଥ ପାତ୍ରଙ୍କ ସଂଯୋଜନାରେ ଛାତ୍ରୀମାନଙ୍କ ଦ୍ବାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା ।
କଲେଜ ଅଧ୍ୟକ୍ଷ। ଅମ୍ବିକା ଦେବୀ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କଲେଜର ବାର୍ଷିକ ବିବରଣୀ ପଠନ କରିଥିଲେ କଲେଜର ସଂ।ସ୍କୃତିକ ସମ୍ପାଦକ ଲିସାରାଣୀ ପାଢ଼ୀ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଓ ସମ୍ମାନୀତ ମାନେ ସୁନାଗରିକ ହେବା ସହ ଭଲ ପାଠ ପଢି କଲେଜ ଓ ଜିଲ୍ଲାର ସୁନାମ ଅର୍ଜନ କରିବା ପାଇଁ ଅଧ୍ୟୟନରତ ଛାତ୍ରୀ ମାନଙ୍କୁ କହିଥିଲେ ।
ଛାତ୍ରଙ୍କ ଅପେକ୍ଷା ଛାତ୍ରୀ ମାନଙ୍କ ବର୍ତ୍ତମାନ ଭଲ ପ୍ରତିଶତ ଫଳାଫଳ ରହୁଛି । ମହିଳା ସଶକ୍ତିକରଣ ହୋଇ ପାରିଛି । ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଦେଖାଇ ଥିବା ଛାତ୍ରୀମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା । ପରିଶେଷରେ ବାଗ୍ନି ରଞ୍ଜନ ଧନ୍ୟବାଦ ଅର୍ପଣ କରିଥିଲେ ଓ ସଂ।ସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ, ଅଧ୍ୟାପିକା, ଅଭିଭାବକ, ମାନ୍ୟଗଣ୍ୟ ବ୍ୟକ୍ତି, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ.

No Result
View All Result