No Result
View All Result
୧୧ ଜାନୁଆରୀ ବୁଧବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା-ଜଟଣୀ :- ପୂର୍ବତଟ ରେଳପଥ ଚଳାଇବ ଦୈନିକ ଦୁଇଟି ନୂଆ ସ୍ୱତନ୍ତ୍ର ଟ୍ରେନ୍ | ଟ୍ରେନ ଗୁଡିକ ବିଶ୍ୱକପ ହକି ସମୟରେ ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ଚଳାଚଳ କରିବ | ଏହା ବାଦ ଦୈନିକ ପାଞ୍ଚଟି ନିୟମିତ ଏକ୍ସପ୍ରେସ ଟ୍ରେନ ଚଳାଚଳ କରୁଛି | ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ହକିପ୍ରେମୀଙ୍କ ପାଇଁ ଏହା ଏକ ବଡ଼ ସୁଯୋଗ ଓସୁବିଧା | ଜାନୁୟାରୀ ୨୦୨୩ ରେ ଭୁବନେଶ୍ୱର ଏବଂ ରାଉରକେଲା ଠାରେ ଅନୁଷ୍ଠିତ ହେବାକୁ ଥିବା FIH (ଏଫଆଇଏଚ) ହକି ପୁରୁଷ ବିଶ୍ୱକପ ୨୦୨୩ ସମୟରେ ଯାତ୍ରୀଙ୍କ ଚାହିଦା ଏବଂ ଅତିରିକ୍ତ ଯାତ୍ରୀ ଭିଡକୁ ଦୃଷ୍ଟିରେ ରଖି ଏବଂ ରେଳ ଯାତ୍ରୀ ମାନଙ୍କୁ ଉତ୍ତମ ଯାତ୍ରା ସୁବିଧା ବିଶେଷ ଭାବେ ହକି ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ସେବା ଯୋଗାଇ ଦେବାପାଇଁ ପୂର୍ବତଟ ରେଳପଥ ଏହି ନିଷ୍ପତ୍ତି ନେଇଛି |
୦୨୮୩୪0 ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଭୁବନେଶ୍ୱରରୁ ୧୪ ରୁ ୩୦ ଜାନୁୟାରୀ ୨୦୨୩ ମଧ୍ୟରେ ପ୍ରତ୍ୟେକ ସୋମବାର,ବୁଧବାର, ଗୁରୁବାର ଏବଂ ଶନିବାର ଦିନ ମାନଙ୍କରେ ସନ୍ଧ୍ୟା ୮.୨୫ମି.ରେ ଛାଡି ରାଉରକେଲା ଯାତ୍ରା କରିବ| ଫେରିବା ମାର୍ଗରେ ୦୨୮୩୩ ରାଉରକେଲା-ଭୁବନେଶ୍ୱର ସ୍ପେଶାଲ ରାଉରକେଲା ଠାରୁ ୧୫ ରୁ ୩୧ ଜାନୁୟାରୀ ୨୦୨୩ ମଧ୍ୟରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର,ଶୁକ୍ରବାର ଏବଂ ରବିବାର ଦିନ ମାନଙ୍କରେ ରାତ୍ରୀ ୧୧.୨୫ ମି.ରେ ଭୁବନେଶ୍ୱର ଯାତ୍ରା କରିବ | ଏହି ଟ୍ରେନରେ ଗୋଟିଏ ଏସି-୨ ଟାୟାର, ତିନିଟି ଏସି -୩ ଟାୟାର, ଆଠଟି ସ୍ଲିପର କ୍ଲାସ,ଚାରଟି ଦ୍ୱିତୀୟ ଶ୍ରେଣୀ ସିଟିଙ୍ଗ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ଉପଲବ୍ଧ ହେବାକୁ ଥିବାବେଳେ ଏହା ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ଉଭୟ ପାର୍ଶ୍ୱରୁ କଟକ, ଢେଙ୍କାନାଳ,ତାଳଚେର ରୋଡ଼,ଅନୁଗୁଳ,ସମ୍ବଲପୁର ସିଟି ଏବଂ ଝାରସୁଗୁଡା ମଧ୍ୟରେ ରହଣି କରିବ|
୦୨୮୩୬0/୦୨୮୩୫ ପୁରୀ-ରାଉରକେଲା-ପୁରୀ ହକି ସ୍ପେଶାଲ୍ ୧୪ ରୁ ୩୧ ଜାନୁୟାରୀ ୨୦୨୩ ପର୍ଯ୍ୟନ୍ତ ପ୍ରତିଦିନ ଚଳାଚଳ କରିବ | ଏହି ଟ୍ରେନ ପୁରୀ ଠାରୁ ସକାଳ ୦୫ଘ.୧୫ମି.ରେ ଛାଡି ରାଉରକେଲା ଠାରେ ଅପରାହ୍ନ ୧୨ଘ.୪୫ମି.ରେ ପହଞ୍ଚିବ | ଫେରିବା ମାର୍ଗରେ ଏହା ରାଉରକେଲା ଠାରୁ ଅପରାହ୍ନ ୦୧ଘ.୩୦ମି.ରେ ଛାଡି ପୁରୀ ଠାରେ ରାତ୍ରୀ ୧୦ଘ.୩୦ମି.ରେ ପହଞ୍ଚିବ | ଏହି ଟ୍ରେନରେ ଦୁଇଟି ଏସି -୩ ଟାୟାର୍,ତିନିଟି ସ୍ଲିପର୍ କ୍ଲାସ୍,ଛଅ ଟି ଦ୍ୱିତୀୟ ଶ୍ରେଣୀ ସିଟିଙ୍ଗ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଏବଂ ଜେନେରେଟର କାର୍ ଉପଲବ୍ଧ ଥିବାବେଳେ ଏହା ଉଭୟ ପାର୍ଶ୍ୱରୁ ପୁରୀ ଓ ରାଉରକେଲା ମଧ୍ୟରେ ଖୋର୍ଦ୍ଧାରୋଡ଼,ଭୁବନେଶ୍ୱର, ନରାଜ ମାର୍ଥାପୁର, ଢ଼େଙ୍କାନାଳ,ତାଳଚେର ରୋଡ୍,ଅନୁଗୁଳ, ରେଢ଼ାଖୋଲ,ସମ୍ବଲପୁର ସିଟି,ଝାରସୁଗୁଡା ଏବଂ ରାଜଗାଙ୍ଗପୁର ଷ୍ଟେସନ ମାନଙ୍କରେ ରହଣି କରିବ |
ଏହା ବ୍ୟତୀତ ୦୨୮୩୨/୦୨୮୩୧ ଭୁବନେଶ୍ୱର-ଧାନବାଦ୍-ଭୁବନେଶ୍ୱର ସ୍ପେଶାଲ୍ ମଧ୍ୟ ପ୍ରତ୍ୟେକ ମଙ୍ଗଳବାର, ଶୁକ୍ରବାର ଏବଂ ରବିବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ସୋମବାର, ବୁଧବାର ଏବଂ ଶନିବାର ଦିନ ଧାନବାଦରୁ ରାଉରକେଲା ମାର୍ଗ ଦେଇ ଚଳାଚଳ କରୁଅଛି ।ସେହିଭଳି ରାଉରକେଲା-ଗୁଣୁପୁର-ରାଉରକେଲା ରାଜ୍ୟରଣୀ ଏକ୍ସପ୍ରେସ,ପୁରୀ-ଯୋଗ ନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ, ପୁରୀ-ହଟିଆ ତପସ୍ୱିନୀ ଏକ୍ସପ୍ରେସ, ଭୁବନେଶ୍ୱର-ରାଉରକେଲା-ଭୁବନେଶ୍ୱର ଇଣ୍ଟର ସିଟି ଏକ୍ସପ୍ରେସ, ପୁରୀ-ରାଉରକେଲା-ପୁରୀ ଏକ୍ସପ୍ରେସ ଟ୍ରେନ ଗୁଡିକ ଦୈନିକ ଚଳାଚଳ କରୁଛି । ଯାହାକି ଭୁବନେଶ୍ୱର ଓ ରାଉରକେଲାକୁ ଟ୍ରେନ ମାଧ୍ୟମରେ ସଂଯୋଗ କରୁଛି | ଉପରୋକ୍ତ ବ୍ୟତୀତ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ଭାୟା ଅନୁଗୁଳ ଓ ଝାରସୁଗୁଡା ଏବଂ ଭୁବନେଶ୍ୱର-ଆନନ୍ଦ ବିହାର ଏକ୍ସପ୍ରେସ ଟ୍ରେନ ଭାୟା ଅନୁଗୁଳ ଓ ଝାରସୁଗୁଡା ମଧ୍ୟ ଭୁବନେଶ୍ୱର ଏବଂ ରାଉରକେଲା ମଧ୍ୟରେ ସାପ୍ତାହିକ ଭାବେ ଉପଲବ୍ଧ ଅଛି |

No Result
View All Result