୧୨ ଜାନୁଆରୀ ଗୁରୁବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦମହକୁମାରେ ଥିବା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଶ୍ରାଦ୍ଧ ଦିବସ ପାଳନ ସହ ବିଦାୟୀ କାଳୀନ ସଭା ଅନୁଷ୍ଠିତ ହୋଇଯାଇଛି । ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ସନ୍ତୋଷ କୁମାର ସାହୁ ଙ୍କ ସମେତ ପୂର୍ବତନ ଅଧ୍ୟକ୍ଷ, ସମସ୍ତ ଅଧ୍ୟାପକ ,କର୍ମଚାରୀ ଏବଂ ଛାତ୍ର ଛାତ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଚାଳନା କମିଟି ର ପୂର୍ବତନ ସମ୍ପାଦକ ସ୍ବର୍ଗତ ମହେଶ୍ୱର ସାସମଲ ଙ୍କ ଅମର ଆତ୍ମା ର ସଦ ଗତି ପାଇଁ ନୀରବ ପ୍ରାର୍ଥନା କରିବା ଶହ ଫଟୋଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରାଦ୍ଧ ଦିବସ ପାଳନ କରିଥିଲେ ।
ସ୍ବର୍ଗତ ମହେଶ୍ୱର ସାସମଲଙ୍କ ଅନୁଷ୍ଠାନ ପ୍ରତି ତଥା ସମାଜ ର ଉନ୍ନତି ପାଇଁ ରହିଥିବା ଅବଦାନ ସମ୍ପର୍କରେ ସମସ୍ତ ଅଧ୍ୟାପକ ବର୍ଣ୍ଣନା କରିଥିଲେ । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ସନ୍ତୋଷ କୁମାର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ବିଦାୟୀ କାଳୀନ ସମ୍ବର୍ଦ୍ଧନା ଉତ୍ସବ ରେ ମୁଖ୍ୟ ବକ୍ତା ତଥା ନିମନ୍ତ୍ରିତ ଅତିଥି ଭାବେ ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁ ଯୋଗଦେଇଥିଲେ ।
ଏହି କାର୍ଯ୍ୟକ୍ରମ ରେ ଦ୍ଵିତୀୟ ବର୍ଷ ଛାତ୍ର ଛାତ୍ରୀ ଙ୍କୁ ପ୍ରଥମ ବର୍ଷ ଛାତ୍ର ଛାତ୍ରୀ ବିଦାୟୀ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମ ସଫଳ ପରିଚାଳନାରେ ସମସ୍ତ ଅଧ୍ୟାପକ ଏବଂ କର୍ମଚାରୀ ସହଯୋଗ କରିଥିଲେ ।

© 2023 Odisha Taza News.