• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆର୍ଟ ଫର ହକି : ଭୁବନେଶ୍ୱର ପାନ୍ଥ ନିବାସ ଠାରେ ହକି ବିଶ୍ୱ କପ ଆଧାରିତ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 12, 2023
in ଓଡ଼ିଶା, କ୍ରୀଡ଼ା, ଖେଳ, ମହାନଗର, ହୋମ୍
0
ଆର୍ଟ ଫର ହକି : ଭୁବନେଶ୍ୱର ପାନ୍ଥ ନିବାସ ଠାରେ ହକି ବିଶ୍ୱ କପ ଆଧାରିତ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ
Share on FacebookShare on TwitterWhatsapp

୧୨ ଜାନୁଆରୀ ଗୁରୁବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଓଡିଶାରେ ପୁରୁଷ ହକି ବିଶ୍ୱକପ-୨୦୨୩ ଜାନୁଆରୀ ୧୩ରୁ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ବେଳେ ଆସନ୍ତା କାଲି ୧୧ରେ କଟକରେ ରହିଛି ଉଦଘାଟନୀ ଉତ୍ସବ l ଏହି ପରିପ୍ରେକ୍ଷୀରେ  ହକି କ୍ରୀଡାକୁ ନେଇ ସମସ୍ତଙ୍କ ମନରେ ଉତ୍ସାହ ଉଦ୍ଦୀପନା ଭରି ରହିଛି l ଏହି ପରିପ୍ରେକ୍ଷୀରେ ଅନ୍ୟ ବିଭିନ୍ନ ମାଧ୍ୟମ ଭଳି ଓଡିଶାରେ ହକି ଖେଳର ପ୍ରଚାର ପ୍ରସାର ପାଇଁ ଉଲ୍ଲେଖନୀୟ ଯୋଗଦାନ ରଖୁଥିବା ଚିତ୍ରଶିଳ୍ପୀମାନଙ୍କୁ ଉତ୍ସାହିତ କରିବା ଓ ସେମାନଙ୍କର ସୃଜନଶୀଳତାକୁ ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ  ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ତରଫରୁ ଆଜି ଏକ ନିଆରା ପ୍ରୟାସ କରାଯାଇଥିଲା l ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଟିଡିସି ସହାୟତାରେ କଟକ ଆର୍ଟିଷ୍ଟ ଆସୋସିଏସନ, ତରଫରୁ ଓଡିଶାରେ ହକି କ୍ରୀଡାର ଐତିହ୍ୟ, ପରମ୍ପରା ଏବଂ ହକି ଖେଳକୁ  ପର୍ଯ୍ୟବସିତ କରି  ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ଆଜି ଅପରାହ୍ଣରେ ଆୟୋଜିତ ଏହି ଦିନିକିଆ ଚିତ୍ରକଳା ପ୍ରଦର୍ଶନୀରେ କଟକ, କେନ୍ଦ୍ରାପଡ଼ା ଓ ଭୁବନେଶ୍ୱରରୁ ୩୦ଜଣ ଚିତ୍ରଶିଳ୍ପୀ ଅଂଶଗ୍ରହଣ କରିଥିଲେ l କେତେକ ପ୍ରଦର୍ଶନୀ ସ୍ଥଳରେ ଚିତ୍ର ଆଙ୍କୁ ଥିବା ବେଳେ, ଚିତ୍ର ଶିଳ୍ପୀଙ୍କ ଦ୍ୱାରା ହକି ଉପରେ ପର୍ଯ୍ୟବସିତ ସେମାନେ ଅଙ୍କନ କରି ଆଣିଥିବା ସୁନ୍ଦର ସୁନ୍ଦର ପେଣ୍ଟିଂ ଦର୍ଶକମାନଙ୍କୁ ଆକର୍ଷିତ କରିଥିଲା l ହକି ଷ୍ଟିକ୍ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ଓଡିଶାର ଆରାଧ୍ୟ ଶ୍ରୀଜଗନ୍ନାଥ ଓ ହକି, ବାରବାଟୀ ଦୁର୍ଗ ଓ ହକି, ହକି ବିଶ୍ୱକପ୍ ଓ ଭାରତର ଖେଳାଳୀ, ହକି ମାସ୍କଟ ଓଲି , ହକି ଷ୍ଟିକ୍ ଆଦିକୁ ନେଇ କାନଭାସ ଓ ତୂଳୀରେ ବିଭିନ୍ନ ଚିତ୍ରଶିଳ୍ପୀଙ୍କ ଦ୍ୱାରା ଅଙ୍କିତ ଆକର୍ଷଣୀୟ ବିଭିନ୍ନ ପେଣ୍ଟିଂଙ୍କୁ ଦର୍ଶକମାନେ ବେଶ୍ ପ୍ରଶଂସା କରିଥିଲେ । ଏହି ଚିତ୍ରକଳା ପ୍ରଦର୍ଶନୀ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଡଃ ଲେନିନ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା l ଏହି ପ୍ରଦର୍ଶନୀକୁ ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ ଯୋଗଦେଇ  ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଫିତାକାଟି ଉଦଘାଟନ କରିଥିଲେ l ଏହି ପରିପ୍ରେକ୍ଷୀରେ ମେୟର ଶ୍ରୀମତୀ ଦାସ, ଓଡିଶାରେ ପୁରୁଷ ହକି ବିଶ୍ୱକପ ୨୦୧୮ ପରେ ଏବେ ୨୦୨୩ ରେ ପୁଣିଥରେ ବିଶ୍ୱକପ୍ ଆୟୋଜିତ ହୋଇଥିବାରୁ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ l ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଦୁରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା ଯୋଗୁଁ ଆଜି ବିଶ୍ୱରେ ଓଡିଶାର ଖ୍ୟାତି ବହୁଗୁଣିତ ହୋଇଛି ଓ ସମସ୍ତେ ଆଜି ଉତ୍ସାହର ମାହୋଲରେ ସାମିଲ ହୋଇଛନ୍ତି ବୋଲି ଶ୍ରୀମତୀ ଦାସ ପ୍ରକାଶ କରିବା ସହ ଆୟୋଜିତ ଚିତ୍ରକଳା ପ୍ରଦର୍ଶନୀ ଏହାର ଅନ୍ୟତମ ଝଲକ ବୋଲି କହିଥିଲେ l ଓଟିଡିସି ଅଧ୍ୟକ୍ଷ ଡଃ. ମହାନ୍ତି ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ବିକାଶର ପ୍ରତ୍ୟେକ କ୍ଷେତ୍ରରେ ସବୁଠି ରୂପାନ୍ତରୀକରଣକୁ ଗୁରୁତ୍ୱ ଦେଉଥିବା ପ୍ରକାଶ କରିବା ସହ ଆୟୋଜିତ ଚିତ୍ରକଳା ପ୍ରଦର୍ଶନୀ ଚିତ୍ରଶିଳ୍ରୀ ଓ ହକି କ୍ରୀଡାକୁ ଉତ୍ସାହିତ କହିବା ପାଇଁ ଉଦ୍ଦିଷ୍ଟ ଥିଲା ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ପର୍ଯ୍ୟଟନ ବିଭାଗର ସ୍ୱତନ୍ତ୍ର ଅଧିକାରୀ ତଥା ଓଟିଡିସିର ଡିଭିଜନାଲ ମ୍ୟାନେଜର ଶ୍ରୀ ଅଂଶୁମାନ ରଥ, ପର୍ଯ୍ୟଟନ ବିଭାଗ,ନିଗମର ଅନ୍ୟ ପଦାଧିକାରୀ ଏବଂ କଟକ ଆର୍ଟିଷ୍ଟ ଆସୋସିଏସନର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ । ଏହି ଅବସରରେ ବହୁ ସଂଖ୍ୟାରେ ଜନସାଧାରଣ ପାନ୍ଥ ନିବାସ ପରିଭ୍ରମଣ କରି ଚିତ୍ରକଳା ଶିବିର ବୁଲି ଦେଖିଥିଲେ ଏବଂ ଫଟୋ ଉଠାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version