୧୩ ଜାନୁଆରୀ ଶୁକ୍ରବାର,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ଗଜପତି ଷ୍ଟାଡିୟମ୍ ଠାରେ ମହା ସମାରୋହରେ ପାଳିତ ହେବ। ଚଳିତ ବର୍ଷର ସାଧାରଣ ତନ୍ତ୍ର ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବା ନେଇ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗଜପତି ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀଏସ.କୁମାର,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା, ଉପ-ଜିଲ୍ଲାପଳ ଶ୍ରୀଯୁକ୍ତ ଆଲୋକ କୁମାର ପ୍ରଧାନ ମଞ୍ଚାସିନ ଥିଲେ ଚଳିତ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀ ମାନଙ୍କର ବୌଦ୍ଧିକ ପରୀକ୍ଷା ପାଇଁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ ,ଏଥିରେ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଉକ୍ତ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିପାରିବେ। ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପ୍ୟାରେଡ଼ରେ ଅଂଶ ଗ୍ରହଣ କରିବେ ।
ଏଥି ସକାଶେ ଚଳିତ ମାସ ୨୩ ତାରିଖ ଓ ୨୪ ତାରିଖ ଦିନ ପ୍ୟାରେଡ଼ ଅଭ୍ୟାସ ଅନୁଷ୍ଠିତ ହେବ।ଏହି ଜାତୀୟ ଦିବସଟି ସହରର ସମସ୍ତ ମାନ୍ୟଗଣ୍ୟ ଅତିଥିଙ୍କୁ ଆମନ୍ତ୍ରିତ କରାଯିବ। ଜାତୀୟ ଉତ୍ସବ ପାଳନ ଦିନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ସକାଳ ୫.୦୦ ଘଟିକା ସମୟରେ ପାରଳାଖେମୁଣ୍ଡି ସହରରେ ରାମଧୂନ ପରିବେଷଣ କରାଯିବ। ପୂର୍ବାହ୍ନ ୮ ଘଟିକା ୩୦ ମିନଟ ସମୟରେ ଗଜପତି ଷ୍ଟାଡିୟମ୍ ଠାରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରି ସମବେତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବେ ଏବଂ ଅଭିଭାଷଣ ପ୍ରଦାନ କରିବେ ।
ପ୍ୟାରେଡ୍ ପ୍ରତିଯୋଗିତାର ଶ୍ରେଷ୍ଠ ବିବେଚିତ ଦଳଙ୍କୁ ସିଲ୍ଡ ଏବଂ ଅନ୍ୟାନ୍ୟ କୃତୀତ୍ବ ହାସଲକାରୀ ଦଳଙ୍କୁ ମେମୋରିଆଲ୍ ସିଲ୍ଡ ପ୍ରଦାନ କରାଯିବ ଅନୁଷ୍ଠିତ ସମସ୍ତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ଙ୍କୁ ମୁଖ୍ୟ ଉତ୍ସବର ଗଜପତି ଷ୍ଟାଡିୟମ ଠାରେ ପୁରସ୍କୃତ କରାଯିବ ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଗୁଡିକରେ ଉକ୍ତ ଦିନ ପୂର୍ବାହ୍ନ ଘ.୭.୦୦ ଘଟିକା ସମୟରେ ରାଷ୍ଟ୍ରୀୟ ସଙ୍ଗୀତ ଗାନ ପୂର୍ବକ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।
ଏହି ଅବସରରେ ଚଳିତ ଗଜପତି ଉତ୍ସବ ଓ ପଲ୍ଲୀଶ୍ରୀ ମେଳାର ପୋଷ୍ଟର ଅତିଥି ମାନଙ୍କ ଦ୍ଵାର ଉନ୍ମଚିତ କରାଯାଇଥିଲା । ଉକ୍ତ ବୈଠକରେ ଅତିରିକ୍ତ ନିର୍ବାହୀ ଅଧିକାରୀ ( ଯାନ୍ତ୍ରିକ), ଜିଲ୍ଲା ପରିଷଦ ଜ୍ୟୋତିରାଜ ଅଧିକାରୀ, ଆର୍. ଆଇ. ଅଫ୍ ପୋଲିସ୍ ଦାମଧର ହୋନଙ୍ଗା, ଉପଖଣ୍ଡ ପୋଲିସ ଅଧିକାରୀ ରାମକୃଷ୍ଣ ପତି, ଡେପୁଟି କଲେକ୍ଟର ତଥା ପୌର ନିର୍ବାହୀ ଅଧିକାରୀ ନଟବର ଗରଡ଼ା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ସ୍ଵଂୟ ଶାସିତ ମହାବିଦ୍ୟାଳୟ ଅଧକ୍ଷ ଅଜୟ କୁମାର ତ୍ରିପାଠୀ , ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ , ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ବରିଷ୍ଟ ନଗରିକ ପୁର୍ଣ୍ଣ ଚନ୍ଦ୍ର ମହାପାତ୍ରଙ୍କ ସମେତ ସମସ୍ତ ବିଦ୍ୟାଳୟ ଓ ମହା ବିଦ୍ୟାଳୟର ମୁଖ୍ୟ, ଗଣ ମାଧ୍ୟମର ପ୍ରତିନିଧି ଗଣ, ବ୍ୟାଙ୍କ ଶାଖା ପରିଚାଳକ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।














