No Result
View All Result
୧୩ ଜାନୁଆରୀ ଶୁକ୍ରବାର୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- ରାଜ୍ୟରେ ଦ୍ୱିତୀୟଥର ପାଇଁ ପୁରୁଷ ହକି ବିଶ୍ୱକପ୍ ପ୍ରତିଯୋଗିତା ଆରମ୍ଭ ହୋଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି କ୍ରୀଡ଼ାର ଗୁରୁତ୍ୱକୁ ଉପଲବ୍ଧି କରିବା ସହିତ ପ୍ରତ୍ୟେକଙ୍କ ମଧ୍ୟରେ ଅନ୍ତର୍ନିହିତ ଥିବା ପ୍ରତିଭାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲାରେ କ୍ରୀଡ଼ା ମହୋତ୍ସବ ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ସଦରମହକୁମା ଫୁଲବାଣୀଠାରେ ମଧ୍ୟ କ୍ରାଡ଼ା ମହୋତ୍ସବ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଦୀର୍ଘ ୫ ଦିନ ପର୍ଯ୍ୟନ୍ତ ଏହି ମହୋତ୍ସବ ଅନୁଷ୍ଠିତ ହେବ।
ଆଜି କରୋନେସନ ପଡ଼ିଆଠାରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ଜିଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ନନ୍ଦିନୀ ମଲିକ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ରୋଦନ ମଲିକ, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ସ୍ମିତାରାଣି ମହାନ୍ତି, ଜିଲା କ୍ରୀଡ଼ା ସଂସଦ ସଂପାଦକ ଶିବ ପ୍ରସାଦ ତ୍ରିପାଠୀ ପ୍ରମୁଖ ଯୋଗଦେଇ ଖେଳୁଆଡ଼ ମନବୃତ୍ତି କରି ଖେଳିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଫୁଲବାଣୀ କ୍ଲବ ପକ୍ଷରୁ ଚିତାକର୍ଷକ ଉଦ୍ଘାଟନୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ ଶହ ଶହ ସଂଖ୍ୟରେ ଦର୍ଶକ ଏହାକୁ ଉପଭୋଗ କରିଥିଲେ।
ଜିଲାପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଶ୍ୱ ରଂଜନ ନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମସ୍ତ ବ୍ଳକର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲା କ୍ରିଡ଼ା ଅଧିକାରୀ, ବହୁ ଖେଳ ଶିକ୍ଷକ ଓ ଅନ୍ୟମାନେ ପରିଚାଳନା କରୁଥିବା ବେଳେ ଆଜି ଉଦ୍ଘାଟନି ଉତ୍ସବରେ ଦିବ୍ୟାଙ୍ଗମାନଙ୍କୁ ନେଇ ସାଇକଲ ପ୍ରତିଯୋଗିତା ସହିତ ବରିଷ୍ଠ ନାଗରିକ ଓ କିନ୍ନରମାନଙ୍କ ମଧ୍ୟରେ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ଅନୁଷ୍ଠିତ କ୍ରିଡ଼ା ଉତ୍ସବରେ ଜିଲାର ୧୨ ଟି ବ୍ଳକର ବିିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅନ୍ୟମାନେ ସାମିଲ୍ ହୋଇଛନ୍ତି। କରୋନେସନ ପଡ଼ିଆ ଏବଂ କନ୍ଧମାଳ ଷ୍ଟାଡ଼ିୟମଠାରେ ଫୁଟବଲ୍, ଖୋକ ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେଉଥିବା ବେଳେ ସନ୍ଧ୍ୟାରେ କରୋନେସନ ପଡ଼ିଆଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

No Result
View All Result