ଏକ ନବ ଜନ୍ମିତ ବାଛୁରୀ କୁ ଦେଖି ମୁଖ୍ୟମନ୍ତ୍ରୀ ଏହାର ନାମ କଣ ବୋଲି ପଚାରି ଥିଲେ । ତାହାର ନାମ ଦିଆ ଯାଇ ନାହିଁ ବୋଲି ଜାଣିବା ପରେ ମୁଖ୍ୟମନ୍ତ୍ରୀ ତା’ର ନାମ ରଖିଥଲେ କ୍ରିଷ୍ଣା । ସୂଚନା ଯୋଗ୍ୟ ଯେ ଜାମୁକୋଳି ଠାରେ ୨୦୧୮ ମସିହାରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ୫.୫ ଏକର ପରିମିତ ଜମିରେ ଏକ ଗୋଶାଳା ସ୍ଥାପନ କରା ଯାଇଛି । ଏହାକୁ ୨୦.୫ ଏକର ପରିମିତ ଅଞ୍ଚଳକୁ ସମ୍ପ୍ରସାରିତ କରିବାକୁ ପ୍ରସ୍ତାବ ରହିଛି ।
ଏଥିରେ ବର୍ତ୍ତମାନ ୯୦୬ ଟି ଗାଈ ଗୋରୁ ଅଛନ୍ତି । ସହରର ବୁଲା ଗାଈ ଗୋରୁ ମାନଙ୍କୁ ମୁଖ୍ୟତଃ ଏଠାରେ ରଖାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ ଗୋଶାଳା ପରିଦର୍ଶନ କରିଥିଲେ । ଭୁବନେଶ୍ୱର ମହାନଗର ନିଗମ ମେୟର, ଉତ୍ତର ବିଧାୟକ, ପୂର୍ବତନ ବିଧାୟକ, ମହାନଗର ନିଗମ ର commissioner ପ୍ରମୁଖ ଉପସ୍ଥତ ଥିଲେ ।

© 2023 Odisha Taza News.