• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଗଜପତି ଜିଲ୍ଲା ସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 27, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଗଜପତି ଜିଲ୍ଲା ସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ
Share on FacebookShare on TwitterWhatsapp

୨୭ ଜାନୁଆରୀ ଶୁକ୍ରବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ଗଜପତି ଷ୍ଟାଡ଼ିୟମଠାରେ ମହା ସମାରୋହରେ ପାଳିତ ହୋଇଯାଇଛି | ଏହି ଜାତୀୟ ଉତ୍ସବରେ ମାନ୍ୟବର ମନ୍ତ୍ରୀ, ଅନୁସୂଚିତ ଜାତି, ଜନଜାତି ସଂଖ୍ୟାଲଘୁ, ପଛୁଆ ବର୍ଗ ବିକାଶ ଏବଂ ଆଇନ୍, ଓଡ଼ିଶା ଶ୍ରୀଯୁକ୍ତ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଶାନ୍ତି, ମୈତ୍ରୀ, ସମୃଦ୍ଧି ଓ ସ୍ୱାଭିମାନର ପ୍ରତୀକ ଜାତୀୟ ପତାକା ଉତ୍ତୋଳନ କରିଥିଲେ | ତାଙ୍କର ଅଭିଭାଷଣରେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ସମସ୍ତ ସ୍ୱାଧୀନତା ସଂଗ୍ରାମୀଙ୍କୁ କୃତଜ୍ଞତା ଜଣାଇ ଥିଲେ l

ସ୍ୱାଧୀନତା ହାସଲ ପାଇଁ ଯେଉଁ ଦେଶ ପ୍ରେମୀ ନିଜର ପ୍ରାଣକୁ ବାଜି ଲଗାଇ ସ୍ୱାଧୀନତା ହାସଲ କରିଥିଲେ ସେହି ଦେଶ ପ୍ରେମୀଙ୍କ ପାଇଁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ଆମ ଦେଶର ସମ୍ବିଧାନ କାର୍ଯ୍ୟକାରୀ କରାଯାଇଥିଲା ଏବଂ ଗଣତନ୍ତ୍ର ଓ ସାର୍ବଭୌମକୁ ଧର୍ମ ନିରପେକ୍ଷ ଗଣତାନ୍ତ୍ରିକ ରାଷ୍ଟ୍ର ଭାବେ ଘୋଷଣା କରାଯାଇଛି l ସେହିଦିନ ଠାରୁ ଆମେ ସମସ୍ତେ ଭରତବାସୀ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରୁଛେ l ସମ୍ବିଧାନ ପ୍ରଣୟନ ସଭାର ଅଧକ୍ଷ ଡ଼.ଭୀମରାଓ ଆମ୍ବେଦକର ଓ ଅନ୍ୟ ସମ୍ବିଧାନ ପ୍ରଣୟନଙ୍କୁ ମଧ୍ୟ କୃତଜ୍ଞତା ଜଣାଇ ଥିଲେ | ଆମ ସମ୍ବିଧାନ ଦେଶର ସର୍ବୋଚ୍ଚ ଆଇନ ଓ ଆମେ ଯେକୌଣସି ଜାତି, ଧର୍ମ, ଲିଙ୍ଗ, ଭାଷା ବସତି ହେଲେ ମଧ୍ୟ ଆମେ ସମସ୍ତେ ଭରତୀୟ lଆମ ସମ୍ବିଧାନ ବିଶ୍ୱର ସର୍ବ ବୃହତ୍ ଲିଖିତ ସମ୍ବଧାନ। ଆମ ସମ୍ବିଧାନ ରାଷ୍ଟ୍ରର ଅମୂଲ୍ୟ ସମ୍ପଦ। ରାଷ୍ଟ୍ରପିତା ମହାତ୍ମାଗାନ୍ଧୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ପଣ୍ଡିତ ଜବାହରଲାଲ ନହେରୁ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ମୋଲାନା ଆବୁଲ କାଲାମ ଆଜାଦ୍, ଡ଼. ବାବାସାହେବ ଆମ୍ବେଦକର, ଉତ୍କଳମଣି ଗୋପବନ୍ଧୁ ଦାସ, ଡ଼.ହରେ କୃଷ୍ଣ ମହତାବ, ବିଶ୍ଵନାଥ ଦାସ, ସହିଦ୍ ଲକ୍ଷ୍ମଣ ନାୟକ, ବୀର ସୁରେନ୍ଦ୍ର ସାଏ ଓ ବିଜୁ ପଟ୍ଟନାୟକ ପ୍ରମୁଖ ବୀର ସଂଗ୍ରାମୀଙ୍କୁ ସାଲମ୍ ଜଣାଇ ଥିଲେ। ଭାରତ ସ୍ଵାଧିନତା ଆନ୍ଦୋଳନରେ ଗଜପତି ଜିଲ୍ଲାର ବଳିଷ୍ଠ ଭୂମିକା ଇତିହାସରେ ସ୍ୱର୍ଣ୍ଣକ୍ଷରରେ ଲିପିବଦ୍ଧ। ଜିଲ୍ଲାର ମହେନ୍ଦ୍ର ତନୟାର ଶୀତଳ ଜଳର ସ୍ପର୍ଶରେ ସୁନ୍ଦର ଏହି ଭୂଖଣ୍ଡର ପ୍ରାଚୀନ ଐତିହ ଗୌରବମୟ ।

ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ଅନ୍ୟତମ ବିଶ୍ବକର୍ମା, ଏହି ମାଟିର ଦରଦୀ ପାରଳା ମହାରାଜା ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେବ ପ୍ରତ୍ୟେକ ଉତ୍କଳୀୟଙ୍କ ପାଇଁ ସ୍ମରଣୀୟ। ରାଜନୀତି ଠାରୁ ଆରମ୍ଭ କରି ସମାଜ ସେବା, କଳା, ସଙ୍ଗୀତ ଓ ନାଟ୍ୟ ଜଗତର ଅନନ୍ୟ ପ୍ରତିଭାମାନଙ୍କୁ ଜନ୍ମ ଦେଇ ଏହି ମାଟି ଧନ୍ୟ ହୋଇଛି। ରାଜ୍ୟ ସରକାରଙ୍କ ନେତୃତ୍ୱରେ ଆଜି ଓଡ଼ିଶାରେ ପ୍ରଗତି ପରମ୍ପରାରେ ପରିଣତ ହୋଇଛି। କୃଷି, ଶିକ୍ଷା, ସ୍ଵାସ୍ଥ୍ୟସେବା, ଶିଳ୍ପ, ଶକ୍ତି, ଦକ୍ଷତା ବିକାଶ, ସାମାଜିକ ସୁରକ୍ଷା, ପ୍ରତ୍ୟେକ କ୍ଷେତ୍ରରେ ଆମେ ବିକାଶର ନୂତନ ଧାରା ପ୍ରଣୟନ କରିପାରୁଛୁ। ଓଡ଼ିଶା ବିକାଶର ନୂଆ ଇତିହାସ ଲେଖୁଛି ମିଶନ ଶକ୍ତି।

ତୃଣମୂଳ ସ୍ତରରେ ମହିଳାମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି। ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣ ଦିଗରେ ଗଣ ଆନ୍ଦୋଳନରେ ପରିଣତ ହେଉଛି। ଦେଶର ପ୍ରଥମ କୃଷି ଋଣ ଆବେଦନ ପୋର୍ଟାଲ୍ “ସଫଳ” ର ଶୁଭରମ୍ବ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ। ଦେଶରେ ଏଭଳି ସୁବିଧା ପ୍ରଥମ। ରାଜ୍ୟ କ୍ରୀଡ଼ା ଭିତ୍ତିଭୂମିରେ ପରିବର୍ତ୍ତନ ଆଣିବା ସହ କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରିବାରେ ରାଜ୍ୟ ସରକାଙ୍କ ଉଦ୍ୟମ ଯୋଗୁଁ ଓଡ଼ିଶାରେ ଦ୍ଵିତୀୟଥର ପୁରୁଷ ହକି ବିଶ୍ୱକପ୍ ସଫଳତାର ସହ ଆୟୋଜିତ ହୋଇପାରିଛି।ବିଦ୍ୟାଳୟ ରୂପାନ୍ତ କରଣ ଓ ଶିକ୍ଷାଦାନରେ ଅଦ୍ଭୁତ ପୁର୍ବ ପରିବର୍ତ୍ତନ ଆଣିଛି।

ଓଡ଼ିଶା ପର୍ଯ୍ୟଟନର ନୁତନ ଠିକଣା ହେବା ସହ ” ମୋ ସରକାର” ଶାସନ ବ୍ୟବସ୍ଥାରେ ଆଣିଛି ସ୍ବଚ୍ଛତା ଓ ଉନ୍ନତ। ଓଡ଼ିଶା ପୁର୍ବ ଭାରତର ନୂତନ ଆଇ.ଟି.ହବ୍ ରେ ପରିଣତ ହେବାକୁ ଯାଉଛି। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ସଂପ୍ରଦାୟର ଛାତ୍ରଛାତ୍ରୀଙ୍କ ପାଇଁ ପ୍ରାକ୍ ମାଟ୍ରିକ ବିଦ୍ୟବୃତି, ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷାଲାଭ ନିମନ୍ତେ “ଅନ୍ୱେଷା”ଯୋଜନା, ଆଦିମ ଜନଜାତି ପରିବାରର ଜୀବନ ଜୀବିକାର ମାନ ଉନ୍ନତି କରଣ ନିମନ୍ତେ ୧୭ ଗୋଟି ଅଣୁ ପ୍ରକଳ୍ପ ଅଞ୍ଚଳରେ ଆଦିମ ଜନଜାତି ସଶକ୍ତି କରଣ ଓ ଜୀବିକା ନିର୍ବାହ ଉନ୍ନତି କରଣ ଯୋଜନା ଆକାଂକ୍ଷା ହଷ୍ଟେଲ, ଛାତ୍ର ପ୍ରୋତ୍ସହନ ଯୋଜନା, ଜଙ୍ଗଲ ଜମି ପଟ୍ଟା ବଣ୍ଟନ,୯ ଗୋଟି ଜନଜାତି ଅଧ୍ୟୁଷିତ ଜିଲ୍ଲାରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ, ଓଟିଇଏଲପି ପ୍ଲାସ ଓ ଓଟିଇଏଲପି ମାଧ୍ୟମରେ ରୋଜଗାର ସୁଯୋଗ ସୃଷ୍ଟି କରାଯାଇଛି। ଆଜି ପର୍ଯ୍ୟନ୍ତ ଗଜପତି ଜିଲ୍ଲାର ସମୁଦାୟ ୫ଗୋଟି ବ୍ଲକ ଓ ୯୩ ଟି ଗ୍ରାମ୍ୟ ପଂଚାୟତ ଓ ୧୫୫୯ ଟି ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ଘଷଣା କରାଗଲା । ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ନୂତନ ଓସୱାସ (OSWAS) କୁ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ସାରକା ଶୁଭ ଉଦ୍ଘାଟନ କରିଥିଲେ ।ଏହି ଉତ୍ସବରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜପଣ୍ଡା,ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସକୁମାର,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା,

ପ୍ରଦୀପ କୁମାର ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳଖମାରୀ,ଉପ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି.ତ୍ରିପତି ରାଓ, ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀମତୀ ମରୀୟମ ରଇତ, ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିଲେ ।ଆଜିର ଏହି ଉତ୍ସବରେ ଦିନରାତି ଅକ୍ଲାନ୍ତ ପରିଶ୍ରମ କରି ଜନସାଧାରଣଙ୍କୁ ସେବା ଯୋଗାଉଥିବା ଦକ୍ଷ କର୍ମଚାରୀ ମାନଙ୍କୁ ମାନପତ୍ର ଓ ସିଲଡ୍ ଦେଇ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା |

ଏହା ସହିତ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଚିତ୍ରାଙ୍କନ, ପ୍ରବନ୍ଧ, ବକ୍ତୃତା ଓ କୁଇଜ୍ ପ୍ରତିଯୋଗିତା ହୋଇଥିଲା ଏଥିରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀଙ୍କୁ ମଧ୍ୟ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା | ସେପରି ବରିଷ୍ଟ ଭିବାଗ ପ୍ୟାରେଡ ପ୍ରୋତିଯୋଗିତ ରେ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ମହିଳା ମହାବିଦ୍ୟାଳୟ ଦ୍ଵିତୀୟ ସ୍ଥାନ ଅଧିକାର କରିଛନ୍ତି।

କନିଷ୍ଠ ବର୍ଗରେ ଜବାହରଲାଲ ନବୋଦୟ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସେଣ୍ଟ ଜୋସେବ କନଭେଣ୍ଟ ସ୍କୁଲ ଦ୍ଵିତୀୟ ସ୍ଥାନ ଅଧିକାର କରିଥିଲେ। ଏହି ପ୍ୟାରେଡ ରେ ଶ୍ରୀ ଦମ୍ବୁରୁଧର ହାନେଗା, ଆର୍.ଆଇ. ଅଫ୍ ପୋଲିସ୍, ପରିଚାଳନା କରିଥିଲେ ।ଏହି ଉତ୍ସବକୁ ଜିଲ ସୂଚନା ଓଲୋକସମ୍ପର୍କ ଅଧିକାରୀଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମ ଗୁଡ଼ିକ ସମ୍ପାଦିତ ହୋଇଥିଲା ଏବଂ ତାଙ୍କ ପରିଚାଳନାରେ ବିଭାଗୀୟ ବରିଷ୍ଠ କର୍ମଚାରୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 14, 2026
ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା

ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା

October 14, 2026
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

October 14, 2026

Recent News

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 14, 2026
ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା

ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା

October 14, 2026
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

October 14, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version