ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୮, ୧୬ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଜଣକୁ ରେଡ୍ କ୍ରୋସ୍ ପାଣ୍ଠିରୁ ୫୦୦୦ ଟଙ୍କା ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପିଏ.ଆଇଟିଡିଏ ଫାଲଗୁନି ମାଝୀ, ଡେପୁଟି କଲେକ୍ଟର ନଟବର ଗରଡା, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

© 2023 Odisha Taza News.