• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାନ୍ୟବର ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ଗଣମାଧ୍ୟମକୁ ସୂଚନା ଓ ପ୍ରସାରଣ ସୁବିଧା

Proprietor Abhimanyu Maharana by Proprietor Abhimanyu Maharana
February 8, 2023
in ଓଡ଼ିଶା, କଟକ, ମହାନଗର, ହୋମ୍
0
ମାନ୍ୟବର ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ଗଣମାଧ୍ୟମକୁ ସୂଚନା ଓ ପ୍ରସାରଣ ସୁବିଧା
Share on FacebookShare on TwitterWhatsapp

୮ ଫେବୃଆରୀ, ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୈାପଦୀ ମୁର୍ମୁଙ୍କର ଫେବୃୟାରୀ ୧୦ ଓ ୧୧ ତାରିଖରେ ଯଥାକ୍ରମେ ଭୁବନେଶ୍ୱର ଓ କଟକ ଗସ୍ତକୁ ଦୃଷ୍ଟିରେ ରହି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ବିସ୍ତୃତ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ମାନ୍ୟବର ରାଷ୍ଟ୍ରପତି ୧୦ ତାରିଖ ସକାଳେ ଭୁବନେଶ୍ୱର ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଁଚିବା ପରେ ପୂର୍ବାହ୍ନରେ ଉତ୍କଳ ମଣ୍ଡପ ଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗଦାନ କରିବେ । ଅପରାହ୍ଣରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୨ୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ।

୧୧ ତାରିଖ ସକାଳେ ରାଷ୍ଟ୍ରପତି ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ ସାରି ପୂର୍ବାହ୍ନରେ କଟକ ବିଦ୍ୟାଧରପୁରସ୍ଥିତ ଭାରତୀୟ କୃଷି ଗବେଷଣା ପରିଷଦ ଅଧିନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ୨ୟ ଜାତୀୟ ଧାନ କଂଗ୍ରେସର ସମ୍ମିଳନୀକୁ ଉଦଘାଟନ କରିବେ । ଏହି ପରିପ୍ରେକ୍ଷୀରେ ମାନ୍ୟବର ରାଷ୍ଟ୍ରପତି ଯୋଗଦେବାକୁ ଥିବା ଉତ୍କଳମଣ୍ଡପ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଏବଂ ଧାନ ଗବେଷଣା କେନ୍ଦ୍ରଠାରେ ଆୟୋଜିତ କାର୍ଯ୍ୟକ୍ରମଗୁଡିକର ସିଧା ପ୍ରସାରଣ ନିମନ୍ତେ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ବିଭିନ୍ନ ଗଣମାଧ୍ୟମକୁ କମନ ଫିଡ୍ ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କର ଶ୍ରୀ ଲିଙ୍ଗରାଜ ମନ୍ଦିର ଦର୍ଶନର ଫଟୋ ଓ ଭିଡିଓ କଭରେଜ୍ ସମେତ ଅନ୍ୟ କାର୍ଯ୍ୟକ୍ରମଗୁଡିକର ସ୍ଥିର ଚିତ୍ର ଓ ଭିଡିଓ ଉତ୍ତୋଳନର ମଧ୍ୟ ବ୍ୟବସ୍ଥା କରାଯାଇଛି ଏବଂ ଏସବୁ ଗଣମାଧ୍ୟମକୁ ଯୋଗାଇ ଦିଆଯିବାର ବ୍ୟବସ୍ଥା ଗ୍ରହଣ କରାଯାଉଛି । ଏହି ପରିପ୍ରେକ୍ଷୀରେ ଗତ ୬ ତାରିଖରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚ ସ୍ତରୀୟ ବେୈଠକରେ ଗୃହିତ ନିଷ୍ପତ୍ତି ଆଧାରରେ ବିଭାଗ ପକ୍ଷରୁ ଉପରୋକ୍ତ ମର୍ମରେ ପଦକ୍ଷେପ ଗ୍ରହଣ କରାଯାଇଛି ।

ବିଭାଗ ତରଫରୁ ଏହି ବ୍ୟବସ୍ଥାକୁ ସଠିକ୍ ଭାବେ କାର୍ଯ୍ୟକାରୀ କରିବା ପାଇଁ ସୂଚନା ଓ ଲୋକ ସଂପର୍କ ବିଭାଗ ନିଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକ ସଂପର୍କ ଭବନ ସମ୍ମିଳନୀ କକ୍ଷରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଫଟୋ, ଟିଭି ଓ ଲାଇଭ କମନ ଫିଡ୍ ନିମନ୍ତେ ବିଭାଗର ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ଏ ସଂପର୍କରେ ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିବା ସହ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବିଭିନ୍ନ ସ୍ଥାନରେ ଦାୟିତ୍ୱନ୍ୟସ୍ଥ ବିଭାଗୀୟ ଅଧିକାରୀମାନେ ପରିଚୟ ପତ୍ର ସହିତ ଉପସ୍ଥିତ ରହି କାର୍ଯ୍ୟକ୍ରମଗୁଡିକର ବିବରଣୀ ଓ ସୂଚନା ପ୍ରଦାନ କରିବେ ।

ଅନୁଷ୍ଠିତ ବୈଠକରେ ବିଭାଗୀୟ ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁରବୀର ସିଂ, ଉପ ନିର୍ଦ୍ଦେଶକ(କେନ୍ଦ୍ରାଂଚଳ,କଟକ) ଶ୍ରୀ ହେମନ୍ତ କୁମାର ନାୟକଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀ, କଟକ ଓ ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version