ବରଗଡ଼ କେନାଲ ବିଭାଜନ ପକ୍ଷରୁ ପାଣି ପଞ୍ଚାୟତ ଭବନ ଠାରେ ଅନୁଷ୍ଠିତ ସଭାରେ ଅଧ୍ୟାପିକା ସଂଘମିତ୍ରା ମିଶ୍ର ଙ୍କ ସଂଚାଳନ କରିଥିଲେ । ସଭାରେ ମୁଖ୍ୟ ଅତିଥି ଭାବେ ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ, ଜିଲ୍ଲାପାଳ ମନୀଷା ବାନାର୍ଜୀ, ସାଂସଦ ପ୍ରତିନିଧି ସୁରେଶ୍ଵର ଶତପଥୀ, ବୁର୍ଲା କେନାଲ ମଣ୍ଡଳ ର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଇ° ସରୋଜ କାନ୍ତି ମିଶ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାସ ମଞ୍ଚାସୀନ ଥିଲେ ।
ଇ°ସୁବାଷ ବେହେରା ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଇ° ବିଶ୍ଵଜିତ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ରୀ ମାନେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ଶେଷରେ ପାଣି ପଞ୍ଚାୟତ ପକ୍ଷ ପାଳନ ପରିପ୍ରେକ୍ଷୀରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ରଛାତ୍ରୀ ଓ ସଫଳ ଚାଷୀ ଙ୍କୁ ପୁରସ୍କୃତ କରାଯାଇଥିଲା ।

© 2023 Odisha Taza News.