• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀ, ଆଜି ଭିଡିଓ କନ୍‌ଫରେନ୍‌ସିଂ ରେ ପୋଲିସ ବିଭାଗର ଅଧିକାରୀ ମାନଙ୍କୁ ଉଚ୍ଚ ପ୍ରଶଂସା

Proprietor Abhimanyu Maharana by Proprietor Abhimanyu Maharana
June 12, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ମୁଖ୍ୟମନ୍ତ୍ରୀ, ଆଜି ଭିଡିଓ କନ୍‌ଫରେନ୍‌ସିଂ ରେ ପୋଲିସ ବିଭାଗର ଅଧିକାରୀ ମାନଙ୍କୁ ଉଚ୍ଚ ପ୍ରଶଂସା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୨ ଜୁନ୍ ଶୁକ୍ରବାର ) ଭୁବନେଶ୍ୱର : – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ, ବିଭିନ୍ନ ରେଞ୍ଜର ଡିଆଇଜି, ଜିଲ୍ଲାର ଡି.ସି.ପି ତଥା ଏସ୍‌.ପି ମାନଙ୍କ ସହିତ ଆଲୋଚନା କରିଥିଲେ । ଲକ୍‌ଡାଉନ ସମୟରେ ଓଡିଶା ପୋଲିସ ଯେଭଳି ଉଚ୍ଚମାନର ସଂଯମତା ସହିତ ମର୍ଯ୍ୟାଦା ଓ ମାନବିକତା ପ୍ରଦର୍ଶନ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିଛନ୍ତି, ସେଥିପାଇଁ ଓଡିଶା ପୋଲିସ ବାହିନୀକୁ ଉଚ୍ଚପ୍ରଶଂସା କରିଥିଲେ । ଲକ୍‌ଡାଉନ ସମୟରେ ଅନ୍ୟ ରାଜ୍ୟ ଗୁଡିକର ପ୍ରବାସୀ ଶ୍ରମିକମାନେ ଓଡିଶା ମଧ୍ୟ ଦେଇ ଯିବା ସମୟରେ ସେମାନଙ୍କୁ ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର Zero Walking Inside Odisha ନୀତି କାର୍ଯ୍ୟକାରୀ କରିଥିଲେ । ଏହି ନୀତିକୁ ପୋଲିସ ବାହିନୀ ଯେଭଳି ଉତ୍ତମ ସମନ୍ବୟ ରଖି ସଫଳତାର ସହ କାର୍ଯ୍ୟକାରୀ କଲେ ଏବଂ ଅନ୍ୟ ରାଜ୍ୟର ପ୍ରବାସୀ ଶ୍ରମିକ ମାନଙ୍କୁ ମାନବୀୟ ସେବା ଯୋଗାଇ ଦେଲେ, ତାହା ଓଡିଶା ପୋଲିସର ଦକ୍ଷତା ଓ ବୃତ୍ତିଗତ ଉତ୍କର୍ଷତାର ନିଦର୍ଶନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବାତ୍ୟା ଅମ୍ଫାନ ସମୟରେ ଆମର ଓଡ୍ରାଫ ଓ ଅଗ୍ନିଶମ ସେବାର କର୍ମଚାରୀମାନେ ପଶ୍ଚିମବଙ୍ଗ ଯାଇ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ ।

କରୋନା ଭୟ ସତ୍ତ୍ବେ ସେମାନେ କୋଲକତାରେ ଯେଭଳି ସାହସ ଓ ମାନବିକତାର ସହ ବିପନ୍ନ ଲୋକଙ୍କୁ ସେବା ଯୋଗାଇ ଦେଲେ, ତାର ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ । ସେମାନଙ୍କର ଏହି କାର୍ଯ୍ୟକୁ ସାରା ଦେଶ ପ୍ରଶଂସା କରୁଛି ବୋଲି ପ୍ରକାଶ କରି ଏହା ସମସ୍ତଙ୍କ ପାଇଁ ଅନୁକରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କୋଲକତାରେ ବାତ୍ୟା ସମୟରେ ସହାୟତା ଯୋଗାଇବାକୁ ଯାଇ ଆମର ଓଡ୍ରାଫ ଓ ଅଗ୍ନିଶମ ସେବାର କର୍ମଚାରୀ ମାନେ କରୋନା ଭୂତାଣୁ ଦ୍ବାରା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍‌ଡାଉନ ସମୟରେ ପୋଲିସ ମାନବିକତା ଉପରେ ଗୁରୁତ୍ବ ଦେଇ କାମ କରିଛି । କରୋନା ଯୁଦ୍ଧ ସରି ନାହିଁ । ତେଣୁ ଆମକୁ ଅଧିକ ସତର୍କ ହେବା ସହିତ ବୃତ୍ତିଗତ ଦକ୍ଷତାର ସହ କାମ କରିବାକୁ ପଡିବ । ସେହିପରି ଆଗାମୀ ଦିନରେ ଏହି ମନୋଭାବ ନେଇ ସେବା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପୋଲିସ ବାହିନୀକୁ ଆହ୍ବାନ ଜଣାଇଥିଲେ ।

ଓଡିଶା ପୋଲିସରେ ମାନବ ସମ୍ବଳର ଯୁକ୍ତିସଂଗତ (rationalise) ପରିଚାଳନା କରି ଥାନା ମାନଙ୍କରେ ଅଧିକ କର୍ମଚାରୀ ମୁତୟନ ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିପାଇଁ ୧୫ ଦିନ ମଧ୍ୟରେ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରିବା ପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କରିଥିଲେ ଯେ ଏହା ଏକ ଅସ୍ବାଭାବିକ ପରିସ୍ଥିତି ଏବଂ ଏଥିରେ ଆମ ସମସ୍ତେ ଟିମ୍‌ ସ୍ପିରିଟ୍‌ରେ କାମ କରୁଛୁ । ଏହି ଆହ୍ବାନର ମୁକାବିଲା କ୍ଷେତ୍ରରେ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସବୁଠାରୁ ଆଗେରେ ଅଛନ୍ତି । ଏହି ଉତ୍ତମ କାର୍ଯ୍ୟକୁ ଜାରି ରଖିବା ପାଇଁ ସେ ପୋଲିସ ପ୍ରଶାସନକୁ ପରାମର୍ଶ ଦେଇଥିଲେ । ଜିଲ୍ଲାସ୍ତରରେ ବ୍ୟକ୍ତିଗତ ସୁରକ୍ଷା ଉପକରଣ ଯଥେଷ୍ଟ ଭାବରେ ଉପଲବ୍‌ଧ ଅଛି । ପୋଲିସ ଏହାର ବ୍ୟବହାରକୁ ସୁନିଶ୍ଚିତ (enforce) କରିବା ପାଇଁ ସେ ଏସ୍‌.ପି ମାନଙ୍କୁ ପରାମର୍ଶ ଦେଇଥିଲେ । ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ପୋଲିସ ପ୍ରଶାସନ ଦ୍ବାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ । ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମହିଳା ମାନଙ୍କ ଉପରେ ଘରୋଇ ହିଂସାକୁ ରୋକିବା ପାଇଁ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି । ୯୨୦୫ ଜଣ ମହିଳାଙ୍କ ସହିତ ଫୋନ ଜରିଆରେ ଯୋଗାଯୋଗ କରାଯାଇଛି ।

ଏଥିରେ ୫୩ଟି କେସ୍‌ରେ ଘରୋଇ ହିଂସାର ସୂଚନା ମିଳିଥିଲା ଏବଂ ଏଥିପାଇଁ ପୋଲିସ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ନିଆଯାଇଛି । ୮୦୦୨ଟି ସାମୟିକ ମେଡିକାଲ କେନ୍ଦ୍ର (TMC) ର ସୁରକ୍ଷା ଦାୟିତ୍ବ ନିଆଯାଇଛି । ପୋଲିସ ପକ୍ଷକୁ ବିଭିନ୍ନ କ୍ଷେତ୍ରରେ ସଚେତନତା କାର୍ଯ୍ୟକ୍ରମ, ବିଶେଷ କରି ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ବ ପାଳନ ପାଇଁ ଲୋକମାନଙ୍କୁ ସଚେତନ କରାଯାଉଛି ବୋଲି ସେ କହିଥିଲେ । ସେହିପରି ମାନବିକତା ସଂପନ୍ନ କାର୍ଯ୍ୟ କ୍ଷେତ୍ରରେ ମଧ୍ୟ ପୋଲିସ ଅଗ୍ରଣୀ ଭୂମିକା ନେଇଛି ବୋଲି ସେ କହିଥିଲେ । ରାଜ୍ୟରେ କୌଣସି ପ୍ରବାସୀ ଚାଲିକରି ନ ଯାଆନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ୫୨୪ଟି ଟ୍ରିପ୍‌ ଜରିଆରେ ସମୁଦାୟ ୨୪,୫୮୭ ଆନ୍ତରାଜ୍ୟ ପଥଚାରୀ ପ୍ରବାସୀଙ୍କୁ ସେମାନଙ୍କ ରାଜ୍ୟକୁ ପଠାଯାଇଛି । ବିଭିନ୍ନ ନିୟମ ଉଲଙ୍ଘନ କ୍ଷେତ୍ରରେ ପୋଲିସ ପକ୍ଷରୁ ପଦକ୍ଷେପ ନିଆଯାଇ ଜୋରିମାନା ଆଦାୟ କରାଯାଇଛି । ମାସ୍କ ବ୍ୟବହାର ଉଲଙ୍ଘନରେ ୧,୨୫,୮୪,୧୮୦ ଟଙ୍କା, ସାମାଜିକ ଦୂରତ୍ବ ଉଲଙ୍ଘନରେ ୧୧,୭୪,୩୫୦ ଟଙ୍କା, ସାପ୍ତାହିକ ଲକ୍‌ଡାଉନ ଉଲଙ୍ଘନରେ ୩୦୦୦ ଟଙ୍କା ଏବଂ ରାତ୍ରୀକାଳୀନ କର୍ଫ୍ୟୁ ଉଲଙ୍ଘନ ପାଇଁ ୧,୦୩,୮୦୦ ଟଙ୍କା ଆଦାୟ କରାଯାଇଛି । ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଶ୍ରୀ ସତ୍ୟଜିତ ମହାନ୍ତି କହିଥିଲେ ଯେ କୋଲକତାକୁ ଅପ୍ରେଲ ୨୫ରେ ୩୭୨ ଜଣ ଜବାନ ଯାଇ ୧୨ ଦିନ ପର୍ଯ୍ୟନ୍ତ ନିୟୋଜିତ ହୋଇଥିଲେ ।

ସେମାନଙ୍କ କାର୍ଯ୍ୟକୁ କୋଲକତାବାସୀ ଭୂୟସୀ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ ସେମାନେ ଯେତେବେଳେ କୋଲକତା ଓ ହାଓଡାର ରାସ୍ତାରେ ଯାଉଥିଲେ, ସେତେବେଳେ ଦୁଇ ପାର୍ଶ୍ବର ଜନତା ଛିଡାହୋଇ ଓଡିଶା ମୁଖ୍ୟମନ୍ତ୍ରୀଙ୍କର ଉଚ୍ଚପ୍ରଶଂସା କରୁଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କୋଲକତାରୁ ଫେରିଥିବା ଅଗ୍ନିଶମ କର୍ମଚାରୀଙ୍କ ସ୍ବାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭି.କେ ପାଣ୍ଡିଆନ କହିଥିଲେ ଯେ ବର୍ତ୍ତମାନ ସମୟରେ ବିଭିନ୍ନ ଲକ୍‌ଡାଉନ ନିୟମାବଳୀକୁ ପୋଲିସ ପ୍ରଶାସନ ଦକ୍ଷତାର ସହିତ ଲାଗୁ କରିପାରିଛି । ଯେକୌଣସି ନିର୍ଦ୍ଦେଶକୁ ତୁରନ୍ତ ଲାଗୁ କରିବା କ୍ଷେତ୍ରରେ ପୋଲିସ ଯେପରି କାର୍ଯ୍ୟଦକ୍ଷତା ଦେଖାଇଛି, ତାହା ପ୍ରଶଂସନୀୟ । ସମସ୍ତ ନିର୍ଦ୍ଦେଶାବଳୀକୁ ପୋଲିସ ଅତ୍ୟନ୍ତ ସୂଚାରୁ ରୂପେ କାର୍ଯ୍ୟକାରୀ କରିଛି । ବୃତ୍ତିଗତ ଦକ୍ଷତା ଓ ମାନବୀୟ ମୂଲ୍ୟବୋଧ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା କରିବାରେ ପୋଲିସ ସଫଳ ହୋଇଛି ବୋଲି ସେ ମତ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୟୁରଭଂଜ, ସୁନ୍ଦରଗଡ, ମାଲକାନଗିରି, ଗଞ୍ଜାମ, ବରଗଡ, ଗଜପତି ଓ ଭଦ୍ରକ ଜିଲ୍ଲାର ଏସ୍‌.ପି ମାନଙ୍କ ସହିତ ସେମାନଙ୍କ ଜିଲ୍ଲାରେ Zero Walking Inside Odisha ନୀତିର କାର୍ଯ୍ୟକାରୀତା ସଂପର୍କରେ ପଚାରି ବୁଝିଥିଲେ । ଗୃହ ବିଭାଗ ପ୍ରମୁଖ ସଚିବ ଶ୍ରୀ ସଂଜୀବ ଚୋପ୍ରା ଧନ୍ୟବାଦ ଅର୍ପଣ କରିଥିଲେ ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

April 26, 2026
ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

April 26, 2026
ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

April 26, 2026

Recent News

ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

April 26, 2026
ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

April 26, 2026
ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

April 26, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

April 26, 2026
ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version