ଖାଲି ପେଟରେ ଚା’ ପିଉଛନ୍ତି କି ? ହୋଇଯାଆନ୍ତୁ ସତର୍କ, ଏହିସବୁ ଅସୁବିଧାର ସମ୍ମୁଖିନ ହୋଇପାରନ୍ତି

ଓଡିଶା ତାଜା ନ୍ୟୁଜ୍ (୧୨ ଜୁନ୍ ଶୁକ୍ରବାର ) : ଅନେକଙ୍କ ଘରେ ସକାଳ ଆରମ୍ବ ହୁଏ ଚା ଠାରୁ । ଏମିତି କିଛି ଘର ଅଛି ଯେଉଁଠି ଚା’ ହୋଇନଥାଏ ବା ବିନା ଚା’ ବିନା ଜଳଖିଆ ହୋଇଥାଏ । ଆପଣ ଦେଖିଥିବେ କିଛି ଲୋକ ଚା’ ପିଇବାରେ ଏତେ ଅଭ୍ୟସ୍ତ ହୋଇଯାଇଥାନ୍ତି ଯେ, ଦିନରେ ଅନେକ ଥର ଏହାକୁ ପିଇଥାନ୍ତି । ଅନେକ ଲୋକ ବେଡ୍ ଟି ବିନା ଶେଯରୁ ଉଠନ୍ତି ନାହିଁ ।

ଅନୁଧ୍ୟାନରୁ ଜଣାପଡିଛି ବେଡ୍ ଟି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଅଟେ । ଚା’ ରେ ଅନେକ ପ୍ରକାରର ଏସିଡ୍ ଥାଏ । ଖାଲି ପେଟରେ ଚା’ ପିଇ ଆପଣ ନିଜ ପେଟର ସିଧାସଳଖ କ୍ଷତି ପହଁଚାଉଛନ୍ତି । ଏହାଦ୍ୱାରା ଅଲସର ବା ଗ୍ୟାସ୍ ଭଳି ସମସ୍ୟା ବଢିବାର ସମ୍ଭାବନା ରହିଥାଏ ।

ଆସନ୍ତୁ ଜାଣିବା ବେଡ୍ ଟି ଦ୍ୱାରା କଣ ସବୁ ସ୍ୱାସ୍ଥ୍ୟଗତ ଅସୁବିଧା ଦେଖାଦିଏ ।

– ଖାଲି ପେଟରେ କ୍ଷୀର ଚା’ ପିଅନ୍ତୁ ନାହିଁ । ଖାଲି ପେଟରେ ଅଧିକ କ୍ଷୀର ମିଶା ଚା’ ପିଇବା ଦ୍ୱାରା କ୍ଲାନ୍ତ ଅନୁଭବ ହୁଏ । ଆଉ ଗୋଟେ କଥା ହେଲା ଚା’ରେ କ୍ଷୀର ମିଶାଇବା ଦ୍ୱାରା ଆଣ୍ଟିଅକ୍ସିଡେଂଟର ପ୍ରଭାବ ।

– ଯଦି ଆପଣ କମ୍ କ୍ଷୀରର ଷ୍ଟ୍ରଗ୍ ଚା’ ପିଉଛନ୍ତି , ଏହା ମଧ୍ୟ ଆପଣଙ୍କ ପାଇଁ କ୍ଷତିକର ଅଟେ । ଷ୍ଟେନଡ୍ ଚା’ ପାଚନ ତନ୍ତ୍ରକୁ କ୍ଷତି ପହଁଚାଇଥାଏ ଏବଂ ଏହା ଆପଣଙ୍କ ପେଟ ସହ ଜଡିତ ଅନେକ ସମସ୍ୟା ସୃଷ୍ଟି କରେ ।

– ଯଦି ଆପଣ ଚା’ ଖାଇବା ପରେ ପିଉଛନ୍ତି , ତଥାପି ଆପଣ ସମସ୍ୟାରୁ ବାହାର ନୁହଁନ୍ତି । ଆମେ ସମସ୍ତେ ଜାଣନ୍ତି ଯେ ଚା’ ରେ ଟେଟିନ୍ ଥାଏ । ଯାହା ଆହାରରେ ଥିବା ଆୟରନ୍ ସହ ପ୍ରଭାବ ପକାଇଥାଏ । ଏଥିପାଇଁ ଖାଇବା ପରେ ଚା’ ପିଇବା ଦ୍ୱାରା ପୋଷକ ତତ୍ୱ ନଷ୍ଟ କରିଥାଏ ।

– ଯଦି ଆପଣ ଦିନରେ ୪ରୁ ୫ଥର ଚା’ ପିଉଥାନ୍ତି , ତ ନିଜର ଏହି ଅଭ୍ୟାସକୁ ପରିତ୍ୟାଗ କରନ୍ତୁ । ବହୁତ ଅଧିକ ଗରମ ଚା’ ପିଇବାର ଅଭ୍ୟାସ ମଧ୍ୟ ଭଲ ନୁହେଁ । ଏହାଦ୍ୱାରା ଖାଦ୍ୟ ନଳୀରେ କ୍ୟାନସର ହେବାର ସମସ୍ୟା ବଢିଯାଇଥାଏ ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com