• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅମୃତ କାଳ ବଜେଟରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି ମୋଦି ସରକାର : ନିର୍ମଳା ସୀଥାରମଣ

Proprietor Abhimanyu Maharana by Proprietor Abhimanyu Maharana
February 18, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଅମୃତ କାଳ ବଜେଟରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି ମୋଦି ସରକାର : ନିର୍ମଳା ସୀଥାରମଣ
Share on FacebookShare on TwitterWhatsapp

ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ବିପୁଳ ସମ୍ବର୍ଦ୍ଧନା

x. ଅମୃତକାଳ ବଜେଟ ଉପସ୍ଥାପନା କରିଥିବାରୁ ରାଜ୍ୟ ବିଜେପି ତରଫରୁ ଧନ୍ୟବାଦ ଜ୍ଞାପନ

x. ଉପସ୍ଥିତ ଥିଲେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ଏବଂ ଅନେକ ମହିଳା କାର୍ଯ୍ୟକର୍ତା

୧୮ ଫେବୃଆରୀ,ଶନିବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ପ୍ରତ୍ୟେକ ବର୍ଷ ଆଗତ ହେଉଥିବା ବାର୍ଷିକ ବଜେଟକୁ ଅଧରକରୁ ଅଧରକ ଜନପ୍ରିୟ କରିବାରେ ଲାଗିଛନ୍ତି । ଚଳିତ ବର୍ଷ ଆଗତ ହୋଇଥିବା ଅମୃତ କାଳ ବଜେଟରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀଥାରମଣ କହିଛନ୍ତି । କେନ୍ଦ୍ର ବଜେଟ ଆଲୋଚନା ପାଇଁ ଓଡିଶା ଆସିଥିବା ଶ୍ରୀମତୀ ସିଥାରମଣ ଆଜି ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟକୁ ଆସିଥିଲେ । ଉପସ୍ଥିତ ଶତାଧିକ ମା ଓ ଭଉଣୀମାନେ ପାରଂପାରିକ ଭାବେ ହୁଳହୁଳି ଓ ପୁଷ୍ପ ଦେଇ ସ୍ୱାଗତ ଜଣାଇଥିଲେ । ଅମୃତକାଳ ବଜେଟ ଉପସ୍ଥାପନା କରିଥିବାରୁ ରାଜ୍ୟ ବିଜେପି ତରଫରୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା ।

ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ପ୍ରମୁଖ ପୁଷ୍ପମାଲ୍ୟ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଏହି ଅବସରରେ ବହୁ ସଂଖ୍ୟାରେ ମହିଳା କାର୍ଯ୍ୟକର୍ତା ଉପସ୍ଥିତ ଥିଲେ । ଅମୃତକାଳ ବଜେଟ ସଂପର୍କରେ ମତ ଦେଇ ଶ୍ରୀମତୀ ସୀଥାରମଣ କହିଛନ୍ତି ଯେ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଜରିଆରେ ମହିଳା ସଶକ୍ତୀକରଣ ପାଇଁ ମୋଦି ସରକାର ପ୍ରତିଶୃତିବଦ୍ଧ ।ତାଙ୍କ ଦ୍ୱାରା ଉତ୍ପାଦିତ ଦ୍ରବ୍ୟକୁ ଦେଶ ତଥା ବିଦେଶ ବଜାରରେ ପହଂଚାଇବା ସହିତ ସେମାନଙ୍କୁ ସମସ୍ତ ପ୍ରକାରର ଆର୍ଥିକ ଓ ଅନ୍ୟାନ୍ୟ ସହାୟତା କରାଯିବାର ବ୍ୟବସ୍ଥା କରିଛନ୍ତି ମୋଦି ସରକାର । ଏପରିକି ଡିଜିଟାଲ ବଜାରରେ ମଧ୍ୟ ତାଙ୍କ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟକୁ ସାଧାରଣ ଲୋକଙ୍କ ପାଖରେ ପହଂଚାଇବାର ବ୍ୟବସ୍ଥା କରାଯାଇଛି । ସେହିପରି ପ୍ରଥମ ଥର ପାଇଁ ମହିଳା ସମ୍ମାନ ସଂଚୟ ପତ୍ର ଜରିଆରେ ମହିଳାମାନଙ୍କୁ ୨ ବର୍ଷିଆ ଡିପୋଜିଟରେ ସର୍ବାଧିକ ୭.୫ ପ୍ରତିଶତ ସୁଧ ପ୍ରଦାନ କରିବାର ବ୍ୟବସ୍ଥା କରାଯାଇଛି । ଚଳିତ ବଜେଟ୍‌ରେ ଦେଶର ପାରମ୍ପାରିକ କାଗିଗରଙ୍କ ପାଇଁ ଉଦ୍ଦିଷ୍ଟ ପିଏମ୍ ବିଶ୍ୱକର୍ମୀ ଯୋଜନାର ଶୁଭାରମ୍ଭ ଏକ ନୂତନ ଏବଂ ଐତିହାସିକ ପଦକ୍ଷେପ ।

ସେମାନେ ପ୍ରସ୍ତୁତ କରୁଥିବା ହାତ ତିଆରି ସାମଗ୍ରୀ ଓ କଳାକୃତି ଆତ୍ମନିର୍ଭର ଭାରତର ଯଥାର୍ଥ ଚେତନା ପ୍ରକାଶ କରେ । ପ୍ରଥମଥର ପାଇଁ ଏହି କାରିଗରମାନଙ୍କ ନିମନ୍ତେ ସହାୟତା ପ୍ୟାକେଜ୍ ପ୍ରଦାନ କରିବା କଥା ଚିନ୍ତା କରାଯାଇଛି । ନୂତନଭାବେ ପ୍ରଚଳିତ ହେବାକୁ ଥିବା ପିଏମ୍ ବିକାଶ ଯୋଜନା ଦ୍ୱାରା ପାରମ୍ପାରିକ କାରିଗରମାନେ ନିଜର ଉତ୍ପାଦିତ ସାମଗ୍ରୀରମାନ ଓ ପରିମାଣ ବଢ଼ାଇ ଅଧିକରୁ ଅଧିକ ଗ୍ରାହକଙ୍କ ନିକଟରେ ପଂହଚିପାରିବେ । ସେମାନେ ମଧ୍ୟ ନିଜର ଉତ୍ପାଦନ ବଢ଼ାଇ ଏମ୍‌ଏସ୍‌ଏମ୍‌ଇ ଯୋଗାଣ ଶୃଙ୍ଖଳା ସହିତ ସାମିଲ ହେବାର ସୁଯୋଗ ପାଇବେ ।

ଏହି ଯୋଜନାରେ ସଂପୃକ୍ତ କାରିଗରଙ୍କୁ ଆର୍ôଥକ ସହାୟତା ସହିତ ଉନ୍ନତ ଦକ୍ଷତା ବିକାଶ ତାଲିମ, ଆଧୁନିକ ଡିଜିଟାଲ ଟେକନୋଲୋଜି ଜ୍ଞାନ, ଦକ୍ଷ ଗ୍ରୀନ ଟେକନୋଲୋଜି, ବ୍ରାଣ୍ଡ ପ୍ରୋମୋସନ, ସ୍ଥାନୀୟ ଓ ବିଶ୍ୱ ବଜାର ସହିତ ସଂଯୁକ୍ତ ହେବାର ସୁଯୋଗ, ଡିଜିଟାଲ ପେମେଂଟ ଓ ସାମାଜିକ ସୁରକ୍ଷା ସୁବିଧା ଦିଆଯିବ । ଏହି ଯୋଜନା ଦ୍ୱାରା ଓଡିଶା ଭଳି ରାଜ୍ୟର ଲୋକେ ଅଧିକ ଉପକୃତ ହେବେ ବୋଲି ଶ୍ରୀମତୀ ସୀଥାରମଣ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version