ଓଡ଼ିଶାରେ ପିଏମ ଶ୍ରୀ ଯୋଜନା ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେବା ସହ ପଞ୍ଚାୟତ ଜନପ୍ରତିନିଧିଙ୍କୁ ୮ଟି ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

1. ପିଏମ ଶ୍ରୀ ଯୋଜନାରେ ଓଡ଼ିଶାକୁ ୮୦୦ଟି ସ୍କୁଲ ଆସିବ ଏବଂ ୧୬୦୦ କୋଟି ମିଳିବ 2. ଓଡ଼ିଶା ପାଇଁ ପଞ୍ଚଦଶ ଅର୍ଥ କମିଶନରେ ଆସିଥିବା ଅର୍ଥକୁ କନଭରଜେନ୍ସ ନାଁରେ ଉଠାନଯାଉ 3. ନବଜାତ ଶିଶୁ ଓ ମହିଳାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ସଠିକ୍ ଧ୍ୟାନ ଦେବାକୁ ପରାମର୍ଶ 4. ଜିଲ୍ଲାରେ ସ୍କିଲ୍ ମ୍ୟାପିଂ କରିବାରେ ସରପଞ୍ଚ ଓ ଜିଲ୍ଲା ପରିଷଦର ସକ୍ରିୟ ସହଯୋଗ ରହୁ 5. ପଞ୍ଚାୟତ ସ୍ତରରେ ସାକ୍ଷରତା ହାର ବଢାଇଲେ ଏସଡିଜି ଲକ୍ଷ୍ୟ ପୂରଣ ହୋଇପାରିବ 6. ଛାତ୍ରଛାତ୍ରୀଙ୍କ ନାମଲେଖା ବଢାଇବା ତଥା ଡ୍ରପ ଆଉଟ କମାଇବା 7. ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ଓ ମଧ୍ୟାହ୍ନ ଭୋଜନର ତଦାରଖ କରିବା  8. ବଜେଟର ବ୍ୟବସ୍ଥା ଅନୁସାରେ ମିଶନ ଶକ୍ତିର ମହିଳାଙ୍କୁ ଇ-ବଜାର ସହ ଯୋଡିବା 9. ଓଡ଼ିଶାରେ ମହିଳା ଓ ଶିଶୁଙ୍କ ସମ୍ପର୍କୀତ ଯୋଜନାରେ ମୋଦି ଦେଇଛନ୍ତି ୧ ଲକ୍ଷ ୮୨ ହଜାର କୋଟି 10. କଳିଙ୍ଗ ଯୁଦ୍ଧ ସମୟରୁ ହିଁ ଓଡ଼ିଶାରେ ଗଣତନ୍ତ୍ର ଓ ପଞ୍ଚାୟତିରାଜ ବ୍ୟବସ୍ଥା ବିଦ୍ୟମାନ 11. ମା’ ମହାଲକ୍ଷ୍ମୀ ଏବଂ ସୁଭଦ୍ରା ଓଡ଼ିଆ ସଂସ୍କୃତି ଓ ନାରୀ ସଶକ୍ତିକରଣର ଉଦାହରଣ

୧୮ ଫେବୃଆରୀ,ଶନିବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :– ଭୁବନେଶ୍ୱର ସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଶୁକ୍ରବାର ଭାରତ ସରକାର ଓ ଓଡ଼ିଶା ସରକାରଙ୍କ ତରଫରୁ ‘ଶିଶୁ ଓ ମହିଳା ଅନୁକୂଳ ଗ୍ରାମପଞ୍ଚାୟତ ଗଠନ’ ପ୍ରସଙ୍ଗ ଉପରେ ଆୟୋଜିତ ତିନିଦିନିଆ ରାଷ୍ଟ୍ରୀୟ କର୍ମଶାଳାର ଉଦଘାଟନ ସମାରୋହରେ ଯୋଗଦେଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଶ୍ରୀ ପ୍ରଧାନ ଓଡ଼ିଶାରେ ପିଏମ ଶ୍ରୀ ଯୋଜନା ଲାଗୁ କରିବା ସହ ରାଜ୍ୟ ସରକାର ଓ ପଞ୍ଚାୟତ ସ୍ତରର ଜନପ୍ରତିନିଧି ମାନଙ୍କୁ ମୋଟ ୮ଟି ପ୍ରସ୍ତାବ ଓ ପରାମର୍ଶ ଦେଇଛନ୍ତି ।ଶ୍ରୀ ପ୍ରଧାନ କହିଛନ୍ତି ଯେ ମୋଦି ସରକାରରେ ଦେଶରେ ଗ୍ରାମାଞ୍ଚଳ ଭିତ୍ତିଭୂମିକୁ ମଜଭୂତ କରିବା ପାଇଁ ପଞ୍ଚଦଶ ଅର୍ଥ କମିଶନରେ ଅର୍ଥ ବ୍ୟୟବରାଦ ପାଞ୍ଚ ଗୁଣା ବୃଦ୍ଧି ପାଇଁ ୨ ଲକ୍ଷ ୪୦ ହଜାର କୋଟି ଟଙ୍କାରେ ପହଞ୍ଚିଛି । ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ପଞ୍ଚାୟତିରାଜ ସହ ସଂଶ୍ଲିଷ୍ଟ ଅନୁଷ୍ଠାନ ଗୁଡିକ ମଜଭୂତ୍ କରିବା ପାଇଁ ଏହି ଅର୍ଥ ଦିଆଯାଉଛି । କିନ୍ତୁ ରାଜ୍ୟ ସରକାର କନଭରଜେନ୍ସ ନାଁରେ ପଞ୍ଚାୟତକୁ ଆସୁଥିବା ଅର୍ଥ ଉଠାଉଥିବା ଖବର ଆସୁଛି । ଓଡ଼ିଶାରେ ଅର୍ଥର ଅଭାବ ନ ଥିବା ବେଳେ ରାଜ୍ୟ ସରକାର ପଞ୍ଚାୟତକୁ ଆସୁଥିବା ଅର୍ଥ ଉଠାଇବା ଅନୁଚିତ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ରାଜ୍ୟରେ ପିଏମ ଶ୍ରୀ ଯୋଜନା ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ଶ୍ରୀ ପ୍ରଧାନ । ସେ କହିଛନ୍ତି ଏହି ଯୋଜନାରେ ଓଡ଼ିଶାକୁ ୮୦୦ଟି ସ୍କୁଲ ଆସିବ ଏବଂ ୧୬୦୦ କୋଟି ଟଙ୍କା ମିଳିବ । ମାତ୍ର ରାଜ୍ୟ ସରକାର ଏଥିପାଇଁ ଏମଓୟୁ କରିନାହାନ୍ତି । ତେଣୁ ରାଜ୍ୟରେ ଏହି ଯୋଜନାକୁ ଲାଗୁ କରିବା ପାଇଁ ଜାତୀୟ ସ୍ତରରେ ଆଲୋଚନା କରିବା ପାଇଁ ସେ ପ୍ରସ୍ତାବ ଦେଇଛନ୍ତି । ତୃତୀୟତଃ ଓଡ଼ିଶାରେ ନବଜାତ ଶିଶୁ ଓ ମହିଳାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନଥିବା ତଥ୍ୟରୁ ଜଣାପଡିଛି । ଏନଏଫଏଚଏସ ସର୍ଭେ ଅନୁଯାୟୀ, ଓଡ଼ିଶାର ୧୯% ନବଜାତ ଶିଶୁଙ୍କର କମ ଓଜନ ରହିଥିବା ବେଳେ ୩୧% ଶିଶୁ ପୁଷ୍ଟିହୀନର ଶୀକାର ଅଛନ୍ତି । ୧୮% ଉଚ୍ଚତା କମ୍ ଓ ୬୦%ରୁ ଉର୍ଦ୍ଧ୍ୱ ଶିଶୁ ଓ ଗର୍ଭବତୀ ମହିଳା ରକ୍ତହୀନତାରେ ପୀଡିତ, ଯାହା ଚିନ୍ତାଜନକ ।୧୩ବର୍ଷ ପରେ ଓଡ଼ିଶା ଭାଷାଭିତ୍ତିକରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ ଓ ୨୫ ବର୍ଷ ପରେ ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବ । ଏହି ସମୟରେ ଶିଶୁ ଓ ମହିଳାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଧ୍ୟାନ ନଦେଲେ ଓଡିଶା ସମୃଦ୍ଧଶାଳୀ ହେବ ନାହିଁ । ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ସହଯୋଗରେ ଶିଶୁ ଓ ମହିଳାଙ୍କୁ ପୋଷଣଯୁକ୍ତ ଖାଦ୍ୟ ପ୍ରଦାନ ଓ ସ୍ୱାସ୍ଥ୍ୟ ସମସ୍ୟାକୁ ହ୍ରାସ କରିବା ପାଇଁ ହେଉଥିବା ଯୋଜନାକୁ ସଠିକ୍ କ୍ରିୟାନ୍ୱୟନର ଦାୟିତ୍ୱ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାବ୍ୟତିତ ଜିଲ୍ଲା ସ୍ତରରେ ସ୍କିଲ୍ ମ୍ୟାପିଂ କରିବାରେ ସରପଞ୍ଚ, ବ୍ଲକ ଚେୟାରମ୍ୟାନ ଓ ଜିଲ୍ଲା ପରିଷଦର ସକ୍ରିୟ ସହଯୋଗର ଆବଶ୍ୟକତା ରହିଛି । ଦେଶ ସ୍ୱାଧୀନତା ପର ଠାରୁ ଏବେ ୮୦ ପ୍ରତିଶତ ସାକ୍ଷର ଓ ୨୦ ପ୍ରତିଶତ ନିରକ୍ଷଣ ଅଛନ୍ତି । ଏହି ସମୟରେ ରାଜ୍ୟର ପଞ୍ଚାୟତ ସ୍ତରରେ ଥିବା ନିରକ୍ଷରଙ୍କୁ ସାକ୍ଷରତା କରିବା ପାଇଁ ପଡିବ । ଏହା ଦ୍ୱାରା ସ୍ଥାୟୀ ବିକାଶ ଲକ୍ଷ୍ୟ(ଏସଡିଜି) ପୂରଣ ହୋଇପାରିବ । ଓଡ଼ିଶାରେ ସ୍କୁଲରେ ପଢୁଥିବା ପିଲା ମାନଙ୍କ ସଂଖ୍ୟା ଶତପ୍ରତିଶତ । ମାତ୍ର ଦ୍ୱାଦଶ ପର୍ଯ୍ୟନ୍ତ ଏହି ସଂଖ୍ୟା କ୍ରମାଗତ ହ୍ରାସ ପାଉଛି । ଛାତ୍ରଛାତ୍ରୀଙ୍କ ନାମଲେଖା ବଢାଇବା ତଥା ଡ୍ରପ ଆଉଟ କମାଇବା ପାଇଁ ଦାୟିତ୍ୱ ନେବାକୁ ହେବ । ଅନୁରୂପ ଭାବରେ ଛାତ୍ରଛାତ୍ରୀମାନେ କେବଳ ସ୍କୁଲ ଗଲେ ହେବ ନାହିଁ ବରଂ ପଞ୍ଚାୟତ ସ୍ତରରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହ ମଧ୍ୟାହ୍ନ ଭୋଜନ ଦେଖିବା ଦିଗରେ ପଞ୍ଚାୟତ ସ୍ତରର ନେତୃତ୍ୱମାନେ ଅନୁଧ୍ୟାନ କରିବା ପାଇଁ ଅଭିଭାବକର ଦାୟିତ୍ୱ ନେବା ଦରକାର । ଚଳିତ କେନ୍ଦ୍ର ବଜେଟରେ ମିଶନ ଶକ୍ତିର ଭଉଣୀଙ୍କ ପାଇଁ କ୍ଲଷ୍ଟର ଯୋଜନା ହୋଇଛି । ରାଜ୍ୟ ସରକାର ଏଥିରେ ସହଯୋଗୀ ହେବା ତଥା ସେମାନଙ୍କୁ ଇ-ବଜାର ସହ ଯୋଡିବା ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି ।