• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱର ଠାରେ ପଞ୍ଚାୟତିରାଜ ବିଭାଗର ରାଷ୍ଟ୍ରୀୟ କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 18, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭୁବନେଶ୍ୱର ଠାରେ ପଞ୍ଚାୟତିରାଜ ବିଭାଗର ରାଷ୍ଟ୍ରୀୟ କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶାରେ ପିଏମ ଶ୍ରୀ ଯୋଜନା ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେବା ସହ ପଞ୍ଚାୟତ ଜନପ୍ରତିନିଧିଙ୍କୁ ୮ଟି ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

1. ପିଏମ ଶ୍ରୀ ଯୋଜନାରେ ଓଡ଼ିଶାକୁ ୮୦୦ଟି ସ୍କୁଲ ଆସିବ ଏବଂ ୧୬୦୦ କୋଟି ମିଳିବ
2. ଓଡ଼ିଶା ପାଇଁ ପଞ୍ଚଦଶ ଅର୍ଥ କମିଶନରେ ଆସିଥିବା ଅର୍ଥକୁ କନଭରଜେନ୍ସ ନାଁରେ ଉଠାନଯାଉ
3. ନବଜାତ ଶିଶୁ ଓ ମହିଳାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ସଠିକ୍ ଧ୍ୟାନ ଦେବାକୁ ପରାମର୍ଶ
4. ଜିଲ୍ଲାରେ ସ୍କିଲ୍ ମ୍ୟାପିଂ କରିବାରେ ସରପଞ୍ଚ ଓ ଜିଲ୍ଲା ପରିଷଦର ସକ୍ରିୟ ସହଯୋଗ ରହୁ
5. ପଞ୍ଚାୟତ ସ୍ତରରେ ସାକ୍ଷରତା ହାର ବଢାଇଲେ ଏସଡିଜି ଲକ୍ଷ୍ୟ ପୂରଣ ହୋଇପାରିବ
6. ଛାତ୍ରଛାତ୍ରୀଙ୍କ ନାମଲେଖା ବଢାଇବା ତଥା ଡ୍ରପ ଆଉଟ କମାଇବା
7. ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ଓ ମଧ୍ୟାହ୍ନ ଭୋଜନର ତଦାରଖ କରିବା
8. ବଜେଟର ବ୍ୟବସ୍ଥା ଅନୁସାରେ ମିଶନ ଶକ୍ତିର ମହିଳାଙ୍କୁ ଇ-ବଜାର ସହ ଯୋଡିବା
9. ଓଡ଼ିଶାରେ ମହିଳା ଓ ଶିଶୁଙ୍କ ସମ୍ପର୍କୀତ ଯୋଜନାରେ ମୋଦି ଦେଇଛନ୍ତି ୧ ଲକ୍ଷ ୮୨ ହଜାର କୋଟି
10. କଳିଙ୍ଗ ଯୁଦ୍ଧ ସମୟରୁ ହିଁ ଓଡ଼ିଶାରେ ଗଣତନ୍ତ୍ର ଓ ପଞ୍ଚାୟତିରାଜ ବ୍ୟବସ୍ଥା ବିଦ୍ୟମାନ
11. ମା’ ମହାଲକ୍ଷ୍ମୀ ଏବଂ ସୁଭଦ୍ରା ଓଡ଼ିଆ ସଂସ୍କୃତି ଓ ନାରୀ ସଶକ୍ତିକରଣର ଉଦାହରଣ

୧୮ ଫେବୃଆରୀ,ଶନିବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର  :– ଭୁବନେଶ୍ୱର ସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଶୁକ୍ରବାର ଭାରତ ସରକାର ଓ ଓଡ଼ିଶା ସରକାରଙ୍କ ତରଫରୁ ‘ଶିଶୁ ଓ ମହିଳା ଅନୁକୂଳ ଗ୍ରାମପଞ୍ଚାୟତ ଗଠନ’ ପ୍ରସଙ୍ଗ ଉପରେ ଆୟୋଜିତ ତିନିଦିନିଆ ରାଷ୍ଟ୍ରୀୟ କର୍ମଶାଳାର ଉଦଘାଟନ ସମାରୋହରେ ଯୋଗଦେଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଶ୍ରୀ ପ୍ରଧାନ ଓଡ଼ିଶାରେ ପିଏମ ଶ୍ରୀ ଯୋଜନା ଲାଗୁ କରିବା ସହ ରାଜ୍ୟ ସରକାର ଓ ପଞ୍ଚାୟତ ସ୍ତରର ଜନପ୍ରତିନିଧି ମାନଙ୍କୁ ମୋଟ ୮ଟି ପ୍ରସ୍ତାବ ଓ ପରାମର୍ଶ ଦେଇଛନ୍ତି ।ଶ୍ରୀ ପ୍ରଧାନ କହିଛନ୍ତି ଯେ ମୋଦି ସରକାରରେ ଦେଶରେ ଗ୍ରାମାଞ୍ଚଳ ଭିତ୍ତିଭୂମିକୁ ମଜଭୂତ କରିବା ପାଇଁ ପଞ୍ଚଦଶ ଅର୍ଥ କମିଶନରେ ଅର୍ଥ ବ୍ୟୟବରାଦ ପାଞ୍ଚ ଗୁଣା ବୃଦ୍ଧି ପାଇଁ ୨ ଲକ୍ଷ ୪୦ ହଜାର କୋଟି ଟଙ୍କାରେ ପହଞ୍ଚିଛି । ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ପଞ୍ଚାୟତିରାଜ ସହ ସଂଶ୍ଲିଷ୍ଟ ଅନୁଷ୍ଠାନ ଗୁଡିକ ମଜଭୂତ୍ କରିବା ପାଇଁ ଏହି ଅର୍ଥ ଦିଆଯାଉଛି । କିନ୍ତୁ ରାଜ୍ୟ ସରକାର କନଭରଜେନ୍ସ ନାଁରେ ପଞ୍ଚାୟତକୁ ଆସୁଥିବା ଅର୍ଥ ଉଠାଉଥିବା ଖବର ଆସୁଛି । ଓଡ଼ିଶାରେ ଅର୍ଥର ଅଭାବ ନ ଥିବା ବେଳେ ରାଜ୍ୟ ସରକାର ପଞ୍ଚାୟତକୁ ଆସୁଥିବା ଅର୍ଥ ଉଠାଇବା ଅନୁଚିତ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ରାଜ୍ୟରେ ପିଏମ ଶ୍ରୀ ଯୋଜନା ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ଶ୍ରୀ ପ୍ରଧାନ । ସେ କହିଛନ୍ତି ଏହି ଯୋଜନାରେ ଓଡ଼ିଶାକୁ ୮୦୦ଟି ସ୍କୁଲ ଆସିବ ଏବଂ ୧୬୦୦ କୋଟି ଟଙ୍କା ମିଳିବ । ମାତ୍ର ରାଜ୍ୟ ସରକାର ଏଥିପାଇଁ ଏମଓୟୁ କରିନାହାନ୍ତି । ତେଣୁ ରାଜ୍ୟରେ ଏହି ଯୋଜନାକୁ ଲାଗୁ କରିବା ପାଇଁ ଜାତୀୟ ସ୍ତରରେ ଆଲୋଚନା କରିବା ପାଇଁ ସେ ପ୍ରସ୍ତାବ ଦେଇଛନ୍ତି । ତୃତୀୟତଃ ଓଡ଼ିଶାରେ ନବଜାତ ଶିଶୁ ଓ ମହିଳାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନଥିବା ତଥ୍ୟରୁ ଜଣାପଡିଛି । ଏନଏଫଏଚଏସ ସର୍ଭେ ଅନୁଯାୟୀ, ଓଡ଼ିଶାର ୧୯% ନବଜାତ ଶିଶୁଙ୍କର କମ ଓଜନ ରହିଥିବା ବେଳେ ୩୧% ଶିଶୁ ପୁଷ୍ଟିହୀନର ଶୀକାର ଅଛନ୍ତି । ୧୮% ଉଚ୍ଚତା କମ୍ ଓ ୬୦%ରୁ ଉର୍ଦ୍ଧ୍ୱ ଶିଶୁ ଓ ଗର୍ଭବତୀ ମହିଳା ରକ୍ତହୀନତାରେ ପୀଡିତ, ଯାହା ଚିନ୍ତାଜନକ ।୧୩ବର୍ଷ ପରେ ଓଡ଼ିଶା ଭାଷାଭିତ୍ତିକରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ ଓ ୨୫ ବର୍ଷ ପରେ ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବ । ଏହି ସମୟରେ ଶିଶୁ ଓ ମହିଳାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଧ୍ୟାନ ନଦେଲେ ଓଡିଶା ସମୃଦ୍ଧଶାଳୀ ହେବ ନାହିଁ । ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ସହଯୋଗରେ ଶିଶୁ ଓ ମହିଳାଙ୍କୁ ପୋଷଣଯୁକ୍ତ ଖାଦ୍ୟ ପ୍ରଦାନ ଓ ସ୍ୱାସ୍ଥ୍ୟ ସମସ୍ୟାକୁ ହ୍ରାସ କରିବା ପାଇଁ ହେଉଥିବା ଯୋଜନାକୁ ସଠିକ୍ କ୍ରିୟାନ୍ୱୟନର ଦାୟିତ୍ୱ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାବ୍ୟତିତ ଜିଲ୍ଲା ସ୍ତରରେ ସ୍କିଲ୍ ମ୍ୟାପିଂ କରିବାରେ ସରପଞ୍ଚ, ବ୍ଲକ ଚେୟାରମ୍ୟାନ ଓ ଜିଲ୍ଲା ପରିଷଦର ସକ୍ରିୟ ସହଯୋଗର ଆବଶ୍ୟକତା ରହିଛି । ଦେଶ ସ୍ୱାଧୀନତା ପର ଠାରୁ ଏବେ ୮୦ ପ୍ରତିଶତ ସାକ୍ଷର ଓ ୨୦ ପ୍ରତିଶତ ନିରକ୍ଷଣ ଅଛନ୍ତି । ଏହି ସମୟରେ ରାଜ୍ୟର ପଞ୍ଚାୟତ ସ୍ତରରେ ଥିବା ନିରକ୍ଷରଙ୍କୁ ସାକ୍ଷରତା କରିବା ପାଇଁ ପଡିବ । ଏହା ଦ୍ୱାରା ସ୍ଥାୟୀ ବିକାଶ ଲକ୍ଷ୍ୟ(ଏସଡିଜି) ପୂରଣ ହୋଇପାରିବ । ଓଡ଼ିଶାରେ ସ୍କୁଲରେ ପଢୁଥିବା ପିଲା ମାନଙ୍କ ସଂଖ୍ୟା ଶତପ୍ରତିଶତ । ମାତ୍ର ଦ୍ୱାଦଶ ପର୍ଯ୍ୟନ୍ତ ଏହି ସଂଖ୍ୟା କ୍ରମାଗତ ହ୍ରାସ ପାଉଛି । ଛାତ୍ରଛାତ୍ରୀଙ୍କ ନାମଲେଖା ବଢାଇବା ତଥା ଡ୍ରପ ଆଉଟ କମାଇବା ପାଇଁ ଦାୟିତ୍ୱ ନେବାକୁ ହେବ । ଅନୁରୂପ ଭାବରେ ଛାତ୍ରଛାତ୍ରୀମାନେ କେବଳ ସ୍କୁଲ ଗଲେ ହେବ ନାହିଁ ବରଂ ପଞ୍ଚାୟତ ସ୍ତରରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହ ମଧ୍ୟାହ୍ନ ଭୋଜନ ଦେଖିବା ଦିଗରେ ପଞ୍ଚାୟତ ସ୍ତରର ନେତୃତ୍ୱମାନେ ଅନୁଧ୍ୟାନ କରିବା ପାଇଁ ଅଭିଭାବକର ଦାୟିତ୍ୱ ନେବା ଦରକାର । ଚଳିତ କେନ୍ଦ୍ର ବଜେଟରେ ମିଶନ ଶକ୍ତିର ଭଉଣୀଙ୍କ ପାଇଁ କ୍ଲଷ୍ଟର ଯୋଜନା ହୋଇଛି । ରାଜ୍ୟ ସରକାର ଏଥିରେ ସହଯୋଗୀ ହେବା ତଥା ସେମାନଙ୍କୁ ଇ-ବଜାର ସହ ଯୋଡିବା ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି ।

 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନର୍ଲା ଅଞ୍ଚଳରୁ ପୁଣି ଚୋରି

ନର୍ଲା ଅଞ୍ଚଳରୁ ପୁଣି ଚୋରି

June 16, 2026
ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026

Recent News

ନର୍ଲା ଅଞ୍ଚଳରୁ ପୁଣି ଚୋରି

ନର୍ଲା ଅଞ୍ଚଳରୁ ପୁଣି ଚୋରି

June 16, 2026
ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନର୍ଲା ଅଞ୍ଚଳରୁ ପୁଣି ଚୋରି

ନର୍ଲା ଅଞ୍ଚଳରୁ ପୁଣି ଚୋରି

June 16, 2026
ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version