୨୦ ଫେବୃଆରୀ,ସୋମବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ୟୁନିଟ୍-୧ସ୍ଥିତ ଆଦିବାସୀ ପଡ଼ିଆଠାରେ ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବ-୨୦୨୩କୁ ଉଦ୍ଘାଟନ କରିଛନ୍ତି । ଆଜିର ଉଦ୍ଘାଟନୀ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ବିଭାଗୀୟ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ଶ୍ରୀ ପ୍ରଦୀପ ମାଝୀ, ବିଏମ୍ସି ମେୟର ସୁଲୋଚନା ଦାସ, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ଆର୍. ବାଲକ୍ରିଷ୍ଣନ୍, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-‘ଟି’) ଶ୍ରୀ ଭି.କେ. ପାଣ୍ଡିଆନ୍, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର କମିଶନର ତଥା ଶାସନ ସଚିବ ରୂପାରୋଶନ ସାହୁ, ଏସ୍ସିଏସ୍ଟିଆର୍ଟିଆଇର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ, ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ବିଶ୍ୱରଞ୍ଜନ ସାସମଲ, ଓପିଇଏଲ୍ଆଇପିର ପ୍ରୋଗ୍ରାମ ଡାଇରେକଫର ପି. ଅର୍ଥନାରୀ ପ୍ରମୁଖ ପାଛୋଟି ନେଇଥିଲେ ।
ପ୍ରାଚୀନ ଜନଜାତିଙ୍କ ଦୁନିଆରେ ୧୦ଟି ପ୍ରାଚୀନ ଜନଜାତି ଗୋଷ୍ଠୀଙ୍କ ଘରର ମଡେଲ ପ୍ରଦର୍ଶିତ ହେଉଛି । ଏଥିରେ ପରମ୍ପରା ସହ ପ୍ରଗତିର ଝଲକ ପ୍ରଦର୍ଶିତ ହେଉଛି । ଆଦିବାସୀ ହାଟରେ ବିଭିନ୍ନ ଆଦିବାସୀ ଓ ଜଙ୍ଗଲଜାତ ସାମଗ୍ରୀର ବିିକି୍ରବଟାର ବ୍ୟବସ୍ଥା ହୋଇଛି । ଆଇଟିଡିଏ ଓ ମାଇକ୍ରୋ ପ୍ରୋଜେକଫ ଅଞ୍ଚଳର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଓ ଉତ୍ପାଦିତ ସାମଗ୍ରୀ ବିକ୍ରୟ କରୁଛନ୍ତି । ଆଇଟିଡିଏ ଦ୍ୱାରା ୬୨ଟି ଷ୍ଟଲରେ ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନେ ସେମାନଙ୍କ ଉତ୍ପାଦିତ ଓ ସଂଗୃହୀତ ଦ୍ରବ୍ୟ ବିକ୍ରୟ କରୁଛନ୍ତି । ୧୭ଟି ଷ୍ଟଲ ଅଣୁପ୍ରକଳ୍ପ ଅଧିନସ୍ଥ ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନଙ୍କୁ ଆବଣ୍ଟିତ ହୋଇଛି ।
ସୂଚନାଯୋଗ୍ୟ ଯେ ପ୍ରତିବର୍ଷ ଆଦିବାସୀ ମେଳାକୁ ରାଜ୍ୟ ତଥା ବାହାରୁ ପ୍ରାୟ ୮ରୁ ୧୦ ଲକ୍ଷ ଦର୍ଶକ ଆସିଥାନ୍ତି । ଏହି ମେଳାରେ ୫ରୁ ୬ କୋଟି ଟଙ୍କାର ବ୍ୟବସାୟ ହୋଇଥାଏ । ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଅଧିବାସୀମାନେ ତଥା ଭାରତର ବିଭିନ୍ନ ଅଞ୍ଚଳରୁ ଲୋକମାନେ ବହୁସଂଖ୍ୟାରେ ମେଳାକୁ ଆସିଥାନ୍ତି ଏବଂ ସେମାନଙ୍କର ଆବଶ୍ୟକତା ଅନୁଯାୟୀ ବର୍ଷକ ପାଇଁ ହଳଦୀ, ମାଣ୍ଡିଆ, ମୁଗ, ବିରି, ମକା, ବାସନା ଚାଉଳ, ମହୁ, ଝୁଣା, ଝାଡ଼ୁ, ପାଳୁଅ ଆଦି ଆଦିବାସୀ ତଥା ଜଙ୍ଗଲଜାତ ଦ୍ରବ୍ୟ ଏହି ମେଳାରୁ କ୍ରୟ କରିଥାନ୍ତି । ସୁରକ୍ଷା ଦୃଷ୍ଟିକୋଣରୁ ବ୍ୟାପକ ପୋଲିସ୍ ମୁତୟନ କରାଯିବା ସହିତ ସୁରକ୍ଷା ସଂସ୍ଥାକୁ ମଧ୍ୟ ନିୟୋଜନ କରାଯାଇଛି । 


© 2023 Odisha Taza News.